ଓଡ଼ିଶା ଜଣେ ବାଗ୍ମୀ ମହିଳାଙ୍କୁ ହରାଇଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତି୍ୟକା ମନୋରମା ମହାପାତ୍ରଙ୍କର ଆଜି ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଜଣେ ସୁଶିକ୍ଷାବିତ୍‌, ସୁସାହିତି୍ୟକା ତଥା ସୁବକ୍ତା ଭାବରେ ମନୋରମା ମହାପାତ୍ର ଜଣାଶୁଣା। ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏଥିସହ ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ତାଙ୍କର ବିୟୋଗରେ ଓଡ଼ିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କ ଅମରଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri