Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଅନ୍ୟ କେହି ନାମାଙ୍କନ କରିନଥିବାରୁ ୧୯ରେ ସଭାପତି ଭାବେ ନବୀନଙ୍କ ନାଁ ଘୋଷଣା ହେବ ବୋଲି ସୂଚନା ମିଳିଛି। ଏହି ସମୟରେ ବିଜେଡିର ଅନେକ ବରିଷ୍ଠ ନେତାଙ୍କ ସହ ବବି ଦାସ ଥିବା ଦେଖାଯାଇଛି।

Image

ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ ତାଙ୍କର ନାମାଙ୍କନପତ୍ର ଦେବେ। ଏହି ଅବସରରେ ନବୀନଙ୍କ ସହ ଦଳର ବହୁ ବରିଷ୍ଠ ଏବଂ ଯୁବନେତା ସାମିଲ ହେବେ ବୋଲି ଜଣାପଡ଼ିଛି। ଦଳର ସଭାପତି ଭାବେ ନବୀନଙ୍କୁ ନିର୍ବାଚନ କରାଇବାକୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ସେହି କ୍ରମରେ ଦଳୀୟ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ମଧ୍ୟ କରାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଏହି କାର୍ଯ୍ୟକ୍ରମ କରାଯିବା ନେଇ ଦଳ ଭିତରେ ନିଷ୍ପତ୍ତି ହୋଇଛି। ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ବିଜୁବାବୁଙ୍କ ତିରୋଧାନ ଦିବସ ମଧ୍ୟ ପାଳନ କରାଯିବ। ଆସନ୍ତା ୧୯ରେ ନବୀନଙ୍କୁ ଦଳର ସଭାପତି ନେଇ ଘୋଷଣା କରାଯିବ। ବର୍ତ୍ତମାନ ସୁଦ୍ଧା ବିଜେଡି ୧୮ ଜିଲାର ସଭାପତିଙ୍କୁ ନିଯୁକ୍ତ କରିସାରିଛି। ଦଳର ସଭାପତି ଚୟନ ଲାଗି ଅତିକମ୍‌ରେ ୧୭ ଜଣ ଜିଲା ସଭାପତି ରହିବା ଦରକାର, ଯାହା ବିଜେଡି କରିସାରିଛି। ବାକି ୧୫ ସାଙ୍ଗଠନିକ ଜିଲାରେ ଦଳର ସହମତି ହୋଇପାରି ନ ଥିବାରୁ ଜିଲା ସଭାପତି ଘୋଷଣା ହୋଇପାରୁ ନ ଥିବା କୁହାଯାଉଛି।

Image

୯ମ ଥର ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ। ଶଙ୍ଖ ଭବନରେ ନିର୍ବାଚନ ଅଧିକାରୀ ପ୍ରତାପ ଦେବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ। ବିଜୁ ଜନତା ଦଳର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ବର୍ତ୍ତମାନ ୪ର୍ଥ ପର୍ଯ୍ୟାୟରେ ପହଁଞ୍ଚିଛି ବିଜେଡିର ନିର୍ବାଚନ ପ୍ରକ୍ରିୟା। ଏପ୍ରିଲ ୧୩ରୁ ୧୫ ତାରିଖ ଯାଏଁ ଜିଲ୍ଲା ସଭାପତି ନିର୍ବାଚନ ପ୍ରକ୍ରିୟା ହୋଇଥିଲା। ଏହି ପ୍ରକ୍ରିୟାରେ ୧୮ ଜିଲ୍ଲାର ସଭାପତିମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri