ନବନିର୍ବାଚିତ ବିଧାୟକଙ୍କୁ ଏମିତି ମନ୍ତ୍ର ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୮(ଅନିଲ ଦାସ):ବିଜେଡିର ନବନିର୍ବାଚିତ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ ଶିବିର ରବିବାର ଶଙ୍ଖ ଭବନରେ ଆରମ୍ଭ ହୋଇଛି। ପୂର୍ବାହ୍ନରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡ଼ିଶା ତଥା ଓଡ଼ିଶାବାସୀଙ୍କ ସ୍ବାର୍ଥର ସୁରକ୍ଷା ପାଇଁ ଲଢ଼େଇ ଜାରିରଖିବାକୁ ଦଳର ବିଧାୟକମାନଙ୍କୁ ଆହ୍ବାନ ଜଣାଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ ସରକାରଙ୍କ ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳର ତା’ଠାରୁ ଅଧିକ ଦାୟିତ୍ୱ ରହିଛି। ବିରୋଧୀ ଦଳ ହିଁ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ। ଲୋକଙ୍କ ସ୍ବାର୍ଥଜଡ଼ିତ ବିଷୟକୁ ପ୍ରାଥମିକତା ଦେଇ ବିଧାନସଭାରେ ଉଠାଇବାକୁ ବିଧାୟକମାନଙ୍କୁ ସେ ପରାମର୍ଶ ଦେଇଛନ୍ତି। ନୂଆ ବିଧାୟକମାନଙ୍କୁ ବିଧାନସଭାର ନୀତିନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟରେ ସମ୍ୟକ୍‌ ଜ୍ଞାନ ଦେବା ଏ ତାଲିମ ଶିବିରର ମୁଖ୍ୟ ଉଦ୍ଦେଶ୍ୟ। କେବଳ ଗୃହ ପରିଚାଳନା ନୁହେଁ, ସରକାରଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହର ନୀତି ନିୟମ ହେଉଛି ଅସ୍ତ୍ର। ବିଧାୟକ ଭାବରେ ନିଜ ଦାୟିତ୍ୱକୁ ନିର୍ବାହ କରିବା ପାଇଁ ଗୃହର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନଦେବାକୁ ନବୀନ ଗୁରୁତ୍ୱାରୋପ କରିଛନ୍ତି।
ମୁଲତବୀ ପ୍ରସ୍ତାବ, ଦୃଷ୍ଟି ଆକର୍ଷଣକାରୀ ପ୍ରସ୍ତାବ, ପ୍ରଶ୍ନୋତ୍ତର, ଶୂନ୍ୟକାଳ ଆଦି ଜରିଆରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ନବୀନ ଗୁରୁତ୍ୱାରୋପ କରିଛନ୍ତି। ନୂଆ ବିଧାୟକମାନଙ୍କୁ ମାର୍ଗଦର୍ଶନ ଦେବା ପାଇଁ ନବୀନ ବରିଷ୍ଠ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି। ସଂସଦୀୟ ଶାସନ ବ୍ୟବସ୍ଥା ସମ୍ପର୍କରେ ଭାରତୀୟ ସମ୍ବିଧାନର ଜନକ ଡ. ବି.ଆର. ଆମ୍ବେଡକରଙ୍କ ମତ ଉଦ୍ଧୃତ କରି ବିରୋଧୀ ଦଳନେତା କହିଛନ୍ତି, ସଂସଦୀୟ ଶାସନ ବ୍ୟବସ୍ଥା ଉତ୍ତରଦାୟୀ ହୋଇଥିବାରୁ ରାଷ୍ଟ୍ରପତି ଶାସନ ବ୍ୟବସ୍ଥାଠାରୁ ଏହା ଉତ୍ତମ। ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନରେ ରାଜନୈତିକ ଅଭିସନ୍ଧି ଥିଲା। ଏହି କାର୍ଯ୍ୟକ୍ରମରେ ଆମ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁଣ୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମରୁ ଦୂରେଇ ରହିଥିଲା ବୋଲି ନବୀନ କହିଛନ୍ତି।

୫୧ ବିଧାୟକଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି । ସରକାରଙ୍କୁ ଉତ୍ତରଦାୟୀ କରିବା ପାଇଁ କୌଣସି ସୁଯୋଗ ଆମେ ହାତଛଡ଼ା ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟସ୍ତରୀୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିବା ବେଳେ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ପ୍ରମୁଖ ଶିବିରର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଦେଇଥିଲେ। ନବନିର୍ବାଚିତ ବିଧାୟକମାନଙ୍କ ତାଲିମ ପାଇଁ ୧୦ଟି ବୈଷୟିକ ସେସନ୍‌ର ଆୟୋଜନ କରାଯାଇଛି। ନବନିର୍ବାଚିତ ବିଧାୟକଙ୍କ ସହ ବିଜେଡିର ସମସ୍ତ ବିଧାୟକ, ପୂର୍ବତନ ବିଧାୟକ, ଏମ୍‌ପିମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?