ବଜେଟ୍‌କୁ ନେଇ ପ୍ରଥମଥର ମୋଦିଙ୍କ ଉପରେ ରାଗିଗଲେ ନବୀନ ପଟ୍ଟନାୟକ, କହିଦେଲେ ଏମିତି…

ଭୁବନେଶ୍ୱର,୨୩।୭: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟକୁ ନେଇ ବିଭିନ୍ନ ମହଲରୁ ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଥିବା ବେଳେ ପ୍ରଥମଥର ପାଇଁ କେନ୍ଦ୍ରର ଭାଜପା ସରକାରକୁ ଟାର୍ଗେଟ କରିଛନ୍ତି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ।

ନବୀନ କହିଛନ୍ତି, କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ । ଭାଜପା ନିଜ ଇସ୍ତାହାରରେ ଅନେକ ପ୍ରତିଶ୍ରୁତି ଦେଇଥିଲା। ନିର୍ବାଚନବେଳେ ଭାଜପା ନେତା ବହୁ ବଡ଼ ବଡ଼ କଥା କହିଥିଲେ। କିନ୍ତୁ କେନ୍ଦ୍ର ବଜେଟରେ ଓଡ଼ିଶା ପାଇଁ କିଛି ନାହିଁ କହିଲେ ନବୀନ ପଟ୍ଟନାୟକ। କେନ୍ଦ୍ର ସରକାର ନିର୍ବାଚନୀ ଇସ୍ତାହାରରେ ଓ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାର ପ୍ରତିଶ୍ରୁତି ଦେଇଥିଲା, ହେଲେ ତାହା ପୂରଣ କଲାନାହିଁ ।

ଆନ୍ଧ୍ର ଓ ବିହାର ପାଇଁ କୋଟି କୋଟି ଟଙ୍କା ଅନୁଦାନ ଦେଲେ। ହେଲେ ପ୍ରତିଶ୍ରୁତି ଦେଇ ବି ଓଡ଼ିଶା କଥା ବିଚାର କଲେନି। ପ୍ରତିବର୍ଷ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି। ସ୍ବତନ୍ତ୍ର ଅନୁଦାନ ପାଇଁ ରାଜ୍ୟ ବାରମ୍ବାର ଅନୁରୋଧ କରିଆସୁଛି। ଅନ୍ୟ ରାଜ୍ୟ କଥା ଶୁଣିଲେ, ଓଡ଼ିଶା କଥା ଶୁଣିଲେନି। ରାଜ୍ୟ ସରକାର ବାରମ୍ବାର କୋଇଲା ରୟାଲିଟି ସଂଶୋଧନ ପାଇଁ ଦାବି କରୁଥିବା ବେଳେ ବଜେଟରେ ଏନେଇ କେନ୍ଦ୍ର ସରକାର କିଛି ସମାଧାନ କରିନାହାଁନ୍ତି । କୋଇଲା ରୟାଲିଟି କ୍ଷେତ୍ରରେ ରାଜ୍ୟ ସରକାର ପ୍ରତିବର୍ଷ ହଜାର ହଜାର କୋଟି ଟଙ୍କାର ରାଜସ୍ବ ହରାଉଥିବା କଥା ନବୀନ ପଟ୍ଟନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri