ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଲ୍‌ ଉପରେ ପୁନର୍ବିଚାର କରିବା ନେଇ ଦସ୍ତଖତ ସମ୍ବଳିତ ଦରଖାସ୍ତ ଦେବାପରେ ଦରମା ଓ ଭତ୍ତା ବୃଦ୍ଧି ସମ୍ବନ୍ଧିତ ନିଷ୍ପତ୍ତି ବଦଳିପାରେ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ ଶୁକ୍ରବାର ବିଜେଡି ବିଧାୟକମାନଙ୍କ ପକ୍ଷରୁ ମଧ୍ୟ ଏହି ନିଷ୍ପତ୍ତିର ପୁନର୍ବିଚାର ଲାଗି ଦାବି କରାଯାଇଛି। ହେଲେ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ, ବରଂ ତାକୁ ଗରିବମାନଙ୍କ କଲ୍ୟାଣରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ। ନବୀନଙ୍କ ଏଭଳି ଚିଠି ପରେ ମଧ୍ୟ ଆଉ ଜଣେ କେହି ବିଜେଡି ବିଧାୟକ ସେମାନଙ୍କ ବର୍ଦ୍ଧିତ ଦରମା ନେବେନି ବୋଲି କହିଲେନି। ଯେତେବେଳେ ଭାଜପା ବିଧାୟକମାନେ ନିଷ୍ପତ୍ତି ବଦଳାଇବାକୁ କହିଲେ, ତା’ପରେ ବିଜେଡି ନିଷ୍ପତ୍ତିର ପୁନର୍ବିଚାର କଥା କହିବା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଏବଂ ବିରୋଧୀ ଦଳ ଉପନେତା ପ୍ରତାପ ଦେବ କହିଛନ୍ତି, ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ବିଜେଡି ସଭାପତି ପୂର୍ବରୁ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ଓ ଏହାକୁ ଗରିବ କଲ୍ୟାଣ କାର୍ଯ୍ୟରେ ବିନିଯୋଗ କରିବା ପାଇଁ କହିଥିଲେ। ଏହାର ପୁନର୍ବିଚାର ପାଇଁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି। ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକମାନଙ୍କ ପେନସନ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇ ଗତ ୯ ତାରିଖରେ ସର୍ବସମ୍ମତି କ୍ରମେ ବିଲ୍‌ ପାସ୍‌ ହୋଇଥିଲା। ଏହି ବର୍ଦ୍ଧିତ ଦରମା ନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଜନସାଧାରଣଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ପ୍ରତିକ୍ରିୟାକୁ ସମ୍ମାନ ଜଣାଇ ନବୀନଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ପକ୍ଷରୁ ଏହାକୁ ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଥିବା ଉଭୟ ନେତା କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ରେଲଓ୍ବେ ଟ୍ରାକ୍‌ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri