ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri