ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri