Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ

ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।

ତେବେ ନିର୍ବାଚିତ ହେବା ପରେ Naveen Patnaik କହିଛନ୍ତି, ୨୦୦୦-୨୦୨୪ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ। BJD ସବୁବେଳେ ରାଜ୍ୟବାସୀଙ୍କ ସେବା କରିଚାଲିଛି। ଓଡ଼ିଶାର ହକ୍‌ ପାଇଁ ଲଢ଼େଇ ଜାରି ରହିବ। ୨୪ ନିର୍ବାଚନରେ ଆମେ କମ ମାର୍ଜିନରେ ହାରିଛୁ। ମିଥ୍ୟା ପ୍ରଚାରକୁ ଠିକରେ କାଉଣ୍ଟର କରିପାରି ନଥିଲୁ। ସୋସିଆଲ ମିଡିଆରେ ଠିକରେ କାଉଣ୍ଟର କରିପାରିନଥିଲୁ। ବିଜେଡି ଭାଇ ଓ ଭଉଣୀଙ୍କ ଉପରେ ପୂରା ଭରସା ଅଛି। ସେମାନେ ମିଥ୍ୟା ପ୍ରଚାରର ଉଚିତ ଜବାବ ଦେବେ।

ଏଥିସହ ଓଡିଶା ଅନେକ ରାଜ୍ୟ ପାଇଁ ରୋଲ ମଡେଲ ମଧ୍ୟ ସାଜିଛି ଯାହା ଆମ ପାଇଁ ଗୌରବର କଥା । ବିଜୁ ଜନତା ଦଳର ସାଙ୍ଗଠନିକ ଦଳକୁ କେହି ନୀଚ୍ଚ ମଣିବା ମଧ୍ୟ ଉଚିତ ନୁହେଁ । କାମ କରିବା ପାଇଁ ଆଜି ବି ଆମ ଦଳ ଏକାଠି ରହିଛି ସମସ୍ତ ସକ୍ରିୟ କର୍ମୀ ପାଇଁ ବିଜୁ ଜନତା ଦଳ ସବୁବେଳେ ଥିଲା ସବୁବେଳେ ରହିଛି ବୋଲି Naveen Patnaik କହିଛନ୍ତି।

କହିରଖୁଛୁ କି, ଏକାମାତ୍ର ପ୍ରାର୍ଥୀ ଭାବେ Naveen Patnaik ନାମାଙ୍କନ ଦାଖଲ କରିଥିଲେ। ସୂଚନାନୁଯାୟୀ, ଶନିବାର ସକାଳ ୧୧ଟାରେ ବିଜେଡି ରାଜ୍ୟ ପରିଷଦ ବୈଠକ ବସିଥିଲା। ୩୫୫ ରାଜ୍ୟ ପରିଷଦ ସଦସ୍ୟ ଏହି ବୈଠକରେ ଯୋଗ ଦେଇଥିଲେ। ବୈଠକରେ ନବୀନ ପଟ୍ଟନାୟକଙ୍କୁ ପୁଣି ସଭାପତି ଭାବେ ବିଧିବଦ୍ଧ ଘୋଷଣା କରାଯାଇଛି। ନବୀନ ସଭାପତି ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ୯ମ ଥର ସଭାପତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri