ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି।
ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।
ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି। ୨୦୧୯ ନିର୍ବାଚନରେ ଭାଜପା ୮ଟି ଆସନ ପାଇଥିବା ବେଳେ ଏଥର ଅଧିକ ୧୧ ଆସନ ଜିତିବା ଓଡ଼ିଶାର ରାଜନୈତିକ ପାଣିପାଗକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri