ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୫।୬: ୨୪ ବର୍ଷ ପରେ ଓଡ଼ିଶାରେ ସରକାର ବଦଳିବାକୁ ଯାଉଛି। ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବୀନ ନିବାସରୁ ବାହାରି ରାଜଭବନ ବାହାରିଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ନିଜ ଇସ୍ତଫା ପତ୍ର ଦେଇଛନ୍ତି।
ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।
ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି। ୨୦୧୯ ନିର୍ବାଚନରେ ଭାଜପା ୮ଟି ଆସନ ପାଇଥିବା ବେଳେ ଏଥର ଅଧିକ ୧୧ ଆସନ ଜିତିବା ଓଡ଼ିଶାର ରାଜନୈତିକ ପାଣିପାଗକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୁପା ଦରରେ ବଡ଼ ହ୍ରାସ, ୧ ଲକ୍ଷ ପାଖେଇଲା….

ନୂଆଦିଲ୍ଲୀ,୧୩।୧୧: ସୁନା ଓ ରୁପା ଦରରେ ହ୍ରାସ ଜାରି ରହିଛି । ସୁନା ଦରରେ ବଡ଼ ହ୍ରାସ ପରେ ୧୮ କ୍ୟାରେଟ୍‌ ସୁନାର ମୂଲ୍ୟ ମଧ୍ୟ ୧…

ଅଘୋଷିତ ନିର୍ଦ୍ଦେଶ: ଏଣିକି ମହିଳାଙ୍କ ଚିକିତ୍ସା କରିପାରିବେ ନାହିଁ ପୁରୁଷ ଡାକ୍ତର; ଏମରଜେନ୍ସିରେ ଜଣେ ପୁରୁଷ ଅଭିଭାବକଙ୍କ ଉପସ୍ଥିତି ବାଧ୍ୟତାମୂଳକ

କାବୁଲ,୧୩।୧୧: ଆଫଗାନିସ୍ତାନରେ, ତାଲିବାନj ଅଘୋଷିତ କଟକଣା ଯୋଗୁ ମହିଳାମାନଙ୍କ ପାଇଁ ମୌଳିକ ସ୍ବାସ୍ଥ୍ୟସେବା ପାଇବା ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି। ‘ଦି ଗାର୍ଡିଆନ’ (The Guardian) ଏବଂ ‘ଜାନ…

ଦାରିଙ୍ଗବାଡିରେ ପାରଦ ତଳମୁହାଁ: ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଗତ ୨ ଦିନ ହେଲା ଶୀତର ପ୍ରକୋପ ବୃଦ୍ଧି ପାଉଛି। ପାରଦ ତଳମୁହାଁ ହୋଇ ଶୁକ୍ରବାର ସକାଳ…

ଦେବାଳୟ ଉପରେ ଦୁର୍ବୃତ୍ତଙ୍କ ଲୋଲୁପଦୃଷ୍ଟି: ମୂଲ୍ୟବାନ ସାମଗ୍ରୀ ଗାଏବ

ଅମରପାଲି,୧୩୧୧(ପୀତାମ୍ବର ସାହୁ):ଦେବଦେବୀଙ୍କ ପୀଠ ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟରେ। ରାତିର ଅନ୍ଧାରରେ ମନ୍ଦିରର ତାଲା ଭାଙ୍ଗି କେଉଁଠି ହୁଣ୍ଡି ଲୁଟ ହେଉଛି ତ ଆଉ କେଉଁଠି ବିରଳ ମୂର୍ତ୍ତି,…

ଯୋଡାରେ ଚାଞ୍ଚଲ୍ୟ, ଭଡ଼ା ଘରୁ ଶିକ୍ଷୟିତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦୁଝର,୧୩।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ଯୋଡା ସହର କଣ୍ଟ୍ରାକ୍ଟର କଲୋନୀରେ ଅଭାବନୀୟ ଘଟଣା । ଏକ ଭଡ଼ା ଘରୁ ଉଦ୍ଧାର…

ଚାଇନାରେ ପଦାର୍ପଣ କଲା କ୍ରିକେଟ୍‌: WCC ଲିଗ୍‌ର ଶୁଭାରମ୍ଭ, ଆସନ୍ତା ବର୍ଷ…

ବେଜିଂ,୧୩।୧୧:ଚାଇନାରେ କ୍ରିକେଟର ପ୍ରସାର ଓ ଲୋକପ୍ରିୟତା ବଢ଼ାଇବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଉଛି। ୱାଲର୍‌ଡ ଚାମ୍ପିୟନସିପ ଅଫ କ୍ରିକେଟ (WCC) ଓ ଡୋଙ୍ଗ୍ୟୁହୁଇ ସ୍ପୋର୍ଟସ (Dongyuehui…

ଅବିନାଶଙ୍କୁ ଧକ୍କା ଦେଲା କାର୍‌: ଜାତୀୟ ରାଜପଥ ଉପରେ ଘଟିଲା…

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଗ୍ରାମର ୫୯ ନଂ ଜାତୀୟ ରାଜପଥ ଉପରେ ଶୁକ୍ରବାର ଗୋଟିଏ କାର ସହ ବାଇକର…

ସାମ୍ନାକୁ ଆସିଲା Nvidia ସିଇଓ ଜେନସେନ ହୁଆଙ୍ଗଙ୍କ ତୃତୀୟ ପ୍ରେମ ସମ୍ପର୍କ; ଆଲିସ-କିମ୍ବର୍ଲିଙ୍କ ବ୍ୟତୀତ ତାଙ୍କର ଅନ୍ୟ ଜଣେ ମହିଳାଙ୍କ ସହ…

ବେଜିଂ,୧୩।୧୧: Nvidia (ଏନଭିଡିଆ) ର ସିଇଓ ଜେନସେନ ହୁଆଙ୍ଗ ପୁଣିଥରେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଗୁରୁବାର ପ୍ରକାଶିତ ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?