ନବୀନ ପଟ୍ଟନାୟକଙ୍କୁ ଗିରଫ କର, ଏମିତି କାହିଁକି ଦାବି କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ବିଧାନସଭାରେ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ନବୀନଙ୍କୁ ଗିରଫ କରିବାକୁ ସେ ଦାବି କରିଛନ୍ତି। ବିରୋଧୀ ଦଳ ନେତା ଗୃହର ନିୟମ ଭଙ୍ଗ କରିଥିବା କହିଛନ୍ତି ମହାଲିଙ୍ଗ।

ମହାଲିଙ୍ଗଙ୍କ ଦାବି ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ଅନ୍ୟପକ୍ଷରେ ଭାଜପା କହିଛି, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କେହି ବିଶୃଙ୍ଖଳିତ ଆଚରଣ କରିବା କଥା ନୁହେଁ। ଏହା ଏକ ଦଣ୍ଡନୀୟ ଅପରାଧ।ସଂସଦୀୟ ମନ୍ତ୍ରୀ ଯାହା କହିଛନ୍ତି, ତାହା ରୁଲ୍ସ ଆଣ୍ଡ ପ୍ରୋସିଜିୟର ଆଧାରରେ କହିଛନ୍ତି।

ସୂଚନାଯୋଗ୍ୟ, ଆଜି ଦ୍ୱିତୀୟ ଦିନରେ ମଧ୍ୟ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିଲା। ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ଼ ମାରିବା ଓ ହତ୍ୟା ଧମକ ଦେବା ପ୍ରସଙ୍ଗରେ ବିରୋଧୀ ବିଧାୟକମାନେ ଗୃହରେ ହଙ୍ଗାମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri