ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…

ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର ସନ୍ଧ୍ୟାରେ ଗଙ୍ଗନଗରଠାରେ ନବୀନଙ୍କ ଗାଡ଼ି ପହଞ୍ଚିଥିଲା। ନବୀନ ଗାଡ଼ି ଉପରକୁ ଉଠି ସେଠାରେ ସମବେତ ହଜାର ହଜାର ଲୋକଙ୍କୁ ଉଦ୍‌ବୋଧନ ଦେଇଥିଲେ। ରାସ୍ତା ଖଚାଖଚ ଭିଡ଼ ଥିଲା। ରୋଡ୍‌ ଶୋ’ ବେଳକୁ ଏହି ରାସ୍ତାରେ ସାଧାରଣ ଲୋକ ଓ ଯାନବାହନ ଯାତାୟାତ ବନ୍ଦ ଥିଲା। ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଆରମ୍ଭ କରିବା କ୍ଷଣି ଆମ୍ବୁଲାନ୍ସର ସାଇରନ୍‌ ବାଜିଥିଲା। ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ କିଛିକ୍ଷଣ ପାଇଁ ବନ୍ଦକରି ହାତ ହଲାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିବାକୁ ସୂଚନା ଦେଇଥିଲେ। ତାଙ୍କ ଇସାରା ପାଇବା ମାତ୍ରେ ଲୋକେ କଡ଼େଇ ହୋଇଯାଇଥିଲେ। ପୋଲିସ କର୍ଡନ କରି ଆମ୍ବୁଲାନ୍ସକୁ ବାଟ କଢ଼ାଇ ନେଇଥିଲା। ରୋଡ୍‌ ଶୋ’ ଭିଡ ମଧ୍ୟରେ ଆମ୍ବୁଲାନ୍ସ ନ ଅଟକି ନିଜ ଗନ୍ତବ୍ୟ ପଥରେ ଚାଲିଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେବା ସହ ହାତ ହଲାଇ ଅଭିବାଦନ କରିଥିଲେ। ପ୍ରବଳ ଭିଡ଼ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ ଆଗକୁ ବଢ଼ିଥିଲା। ଗଙ୍ଗନଗର ଛକ ପରେ ଏଲ୍‌ଆଇସି ଛକ, ଗୋପବନ୍ଧୁ ଛକ, ୟୁନିଟ୍‌-୮, ଡିଏଭି ସ୍କୁଲ ଛକ, ଏଚ୍‌ଡିଏଫ୍‌ସି ଛକ, ବାଲୁଙ୍କେଶ୍ୱର ମନ୍ଦିର ଦେଇ ରୋଡ୍‌ ଶୋ’ ଆଗକୁ ଚାଲିଥିଲା। ରାସ୍ତାର ଦୁଇକଡ଼ରେ ଶହ ଶହ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’ ମମତାଜ ଅଲ୍ଲୀ ହାଇସ୍କୁଲ, ଶ୍ରୀକ୍ରିଷ୍ଣା କ୍ଲବ, କଳିଙ୍ଗ ଷ୍ଟାଡିୟମ, ନିକୋପାର୍କ ଛକ, ବାୟାବାବା ଲେନ୍‌, ରୂପାଲି ଛକ, ସତ୍ୟନଗର, ଶ୍ରୀୟା ଛକ, ମାଷ୍ଟର କ୍ୟାଣ୍ଟିନ, ରାଜମହଲ ଛକ ଦେଇ ଶିଶୁ ଭବନ ଛକ ପର୍ଯ୍ୟନ୍ତ ଯାଇଥିଲା। ରାସ୍ତାର ଦୁଇ ପାର୍ଶ୍ୱରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ଶୋ’କୁ ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା ଦେଖାଯାଇଥିଲା। ରୋଡ୍‌ ଶୋ ବେଳେ ମୁଖ୍ୟମନ୍ତ୍ରୀ ବସ୍‌ର ଖୋଲା ରୁଫ ଦେଇ ଲୋକଙ୍କୁ ହାତହଲାଇ ଅଭିନନ୍ଦନ ଜଣାଇବା ସହ ଦଳୀୟ ପ୍ରାର୍ଥୀମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ ଅନୁରୋଧ କରିଥିଲେ। ଏହି ରୋଡ୍‌ ଶୋ’ରେ ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ, ଭୁବନେଶ୍ୱର ଏକାମ୍ର ବିିଧାୟକ ପ୍ରାର୍ଥୀ ଅଶୋକ ଚନ୍ଦ୍ର ପଣ୍ଡା, ମଧ୍ୟ ବିଧାୟକ ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ସମେତ ବିଜେଡିର ବହୁ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri