ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ (ବିଜେଡି)। ନିର୍ବାଚନ କମିଶନଙ୍କ କାର୍ଯ୍ୟପ୍ରଣାଳୀ ଏବଂ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନସିଭ ରିଭିଜନ (SIR)କୁ ନେଇ ବିରୋଧୀ ଦଳଗୁଡ଼ିକ ଆପତ୍ତି ଉଠାଇ ଆସୁଛନ୍ତି।

ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳର ସମସ୍ତ ଏମ୍‌ପି INDIA ମେଣ୍ଟର ପ୍ରତିବାଦ ପଦଯାତ୍ରାରେ ସାମିଲ ହେବେ। ଦିଲ୍ଲୀରେ ବିରୋଧୀ ଏମ୍‌ପି ମାନେ ସଂସଦରୁ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ଅଭିମୁଖେ ପଦଯାତ୍ରା କରିବାକୁ ଯୋଜନା କରିଛନ୍ତି।
ସିଇସି ଜ୍ଞାନେଶ କୁମାରଙ୍କୁ ହଟାଇବା ଏବଂ ଇସ୍ତଫା ଦାବି କରି INDIA ମେଣ୍ଟ ପକ୍ଷରୁ ଲଗାତାର ପ୍ରତିବାଦ କରାଯାଉଛି। ନିର୍ବାଚନୀ ପ୍ରକ୍ରିୟା ଓ SIRକୁ ନେଇ ବିରୋଧୀଙ୍କ ପକ୍ଷରୁ ପ୍ରଶ୍ନ ଉଠାଯାଇଛି। ଅନ୍ୟପଟେ ନିର୍ବାଚନ କମିଶନ ଏବଂ ଭାଜପା ପକ୍ଷରୁ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରାଯାଇଛି।
ନବୀନଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ସମସ୍ତ ଏମ୍‌ପି ଦିଲ୍ଲୀରେ INDIA ମେଣ୍ଟର ପ୍ରତିବାଦରେ ଯୋଗଦେବେ। ଏହା ଫଳରେ ନିର୍ବାଚନ କମିଶନ ସମ୍ପର୍କିତ ପ୍ରସଙ୍ଗରେ ବିଜେଡି ମଧ୍ୟ ବିରୋଧୀ ଦଳଗୁଡ଼ିକ ସହ ମିଳିତ ଭାବେ ନିଜର ମତ ରଖିବ।
SIR ଏବଂ ଭୋଟର ତାଲିକା ସଂଶୋଧନକୁ ନେଇ ବିରୋଧୀ ଦଳଗୁଡ଼ିକର ପ୍ରତିବାଦ ଦିନକୁ ଦିନ ତୀବ୍ର ହେଉଛି। ଅକ୍ଟୋବର ୬ରେ ଦିଲ୍ଲୀରେ INDIA ମେଣ୍ଟର ଏମ୍‌ପିମାନେ ନିର୍ବାଚନ କମିଶନ କାର୍ଯ୍ୟାଳୟ ଅଭିମୁଖେ ମାର୍ଚ୍ଚ କରିବାକୁ ଥିବା ବେଳେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?