Naveen Patnaik: ପୁଣି ନିର୍ବାଚନ ଲଢିବେ ନବୀନ

ଭୁବନେଶ୍ୱର,୧୭ା୪(ସୁନିତ୍‌ ମିଶ୍ର): ବିଜେଡି ସଭାପତି ପଦ ଲାଗି ନବୀନ ପଟ୍ଟନାୟକ ଗୁରୁବାର ନାମାଙ୍କନ ପତ୍ର ଦାଖଲ କରିବେ। ଦଳର ରିଟର୍ନିଂ ଅଫିସର ପ୍ରତାପ ଦେବଙ୍କୁ ସେ ତାଙ୍କର ନାମାଙ୍କନପତ୍ର ଦେବେ। ଏହି ଅବସରରେ ନବୀନଙ୍କ ସହ ଦଳର ବହୁ ବରିଷ୍ଠ ଏବଂ ଯୁବନେତା ସାମିଲ ହେବେ ବୋଲି ଜଣାପଡ଼ିଛି। ଦଳର ସଭାପତି ଭାବେ ନବୀନଙ୍କୁ ନିର୍ବାଚନ କରାଇବାକୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ସେହି କ୍ରମରେ ଦଳୀୟ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ମଧ୍ୟ କରାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଏହି କାର୍ଯ୍ୟକ୍ରମ କରାଯିବା ନେଇ ଦଳ ଭିତରେ ନିଷ୍ପତ୍ତି ହୋଇଛି। ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ବିଜୁବାବୁଙ୍କ ତିରୋଧାନ ଦିବସ ମଧ୍ୟ ପାଳନ କରାଯିବ। ଆସନ୍ତା ୧୯ରେ ନବୀନଙ୍କୁ ଦଳର ସଭାପତି ନେଇ ଘୋଷଣା କରାଯିବ। ବର୍ତ୍ତମାନ ସୁଦ୍ଧା ବିଜେଡି ୧୮ ଜିଲାର ସଭାପତିଙ୍କୁ ନିଯୁକ୍ତ କରିସାରିଛି। ଦଳର ସଭାପତି ଚୟନ ଲାଗି ଅତିକମ୍‌ରେ ୧୭ ଜଣ ଜିଲା ସଭାପତି ରହିବା ଦରକାର, ଯାହା ବିଜେଡି କରିସାରିଛି। ବାକି ୧୫ ସାଙ୍ଗଠନିକ ଜିଲାରେ ଦଳର ସହମତି ହୋଇପାରି ନ ଥିବାରୁ ଜିଲା ସଭାପତି ଘୋଷଣା ହୋଇପାରୁ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri