ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ ଦେଇଛନ୍ତି ।

ନବୀନ ପଟ୍ଟନାୟକ ଚିଠିରେ ଲେଖିଛନ୍ତି ଯେ, ଲୋକସଭାରେ ଓଡ଼ିଶାର ପ୍ରତିନିଧିତ୍ବ ବର୍ତ୍ତମାନ ୩.୯ ପ୍ରତିଶତ ରହିଛି । ଆସନ ସଂଖ୍ୟା ୨୧ରୁ ୨୯କୁ ବୃଦ୍ଧି ହେଲେ ବି ପ୍ରତିନିଧିତ୍ବ ୩.୪%କୁ କମିବ । ଫଳରେ ଆମର ରାଜନୈତିକ ଅଧିକାର ଅନ୍ୟ ରାଜ୍ୟମାନେ ଛଡ଼ାଇ ନେବେ । ଜନସଂଖ୍ୟା ନିୟନ୍ତ୍ରଣ ଓ ବିକାଶ କ୍ଷେତ୍ରରେ ଭଲ ପ୍ରଦର୍ଶନ କରୁଥିବା ଓଡ଼ିଶା ଭଳି ପ୍ରଗତିଶୀଳ ରାଜ୍ୟକୁ ଏହାଦ୍ୱାରା ଦଣ୍ଡିତ କରାଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି।

ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ । ଜନସଂଖ୍ୟା ବୃଦ୍ଧି, ମାନବ ସମ୍ପଦ ବିକାଶରେ ଅଗ୍ରଣୀ ସତ୍ତ୍ବେ ପ୍ରତିନିଧିତ୍ୱ ୧୫% କମିବ । ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ଚତୁର୍ଥ ସର୍ବାଧିକ କ୍ଷତିଗ୍ରସ୍ତ ରାଜ୍ୟ ହେବ । ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ଭବିଷ୍ୟତ ପିଢ଼ି ପାଇଁ ଗୁରୁତର ଅନ୍ୟାୟ ହେବ । ମାତ୍ର ମହିଳା ସଂରକ୍ଷଣ ବିଲ୍‌କୁ ବିଜେଡି ସ୍ବାଗତ କରୁଛି ହେଲେ ଓଡ଼ିଶାର କ୍ଷମତାକୁ କ୍ଷୁର୍ଣ୍ଣ କରାଯିବା ସଂଘୀୟ ବ୍ୟବସ୍ଥା ବିରୋଧୀ ବୋଲି ନବୀନ ପଟ୍ଟନାୟକ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri