ନବୀନଙ୍କ ବଡ଼ ଆକ୍ସନ, ସସ୍‌ପେଣ୍ଡ ହେଲେ ବଡ଼ ବିଜେଡି ନେତା

ଭୁବନେଶ୍ୱର,୨୭।୭: ବିଜେଡିରେ ବଡ଼ ହଲଚଲ। ନବୀନ ନେଲେ ବଡ଼ ଆକ୍ସନ। ବଳାତ୍କାର ମାମଲାରେ ଅମରେଶ ଜେନା ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି ନବୀନ। ଅମରେଶ ଗିରଫ ହେବା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସଭାପତି।

Image

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା (ନଂ. ୩୯୪/୨୦୨୫) ରୁଜୁ ହୋଇଥିଲା।

ଗତକାଲି ଶନିବାର ଲକ୍ଷ୍ମୀସାଗର ପୋଲିସ ଅମରେଶଙ୍କୁ ଫେରାର ହେବାରେ ସହାୟତା କରିଥିବା ଅଭିଯୋଗରେ ତାଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରିଥିଲା। ଏମାନେ ହେଲେ ବିବେକ କୁମାର ସ୍ୱାଇଁ (୨୯), ବିକ୍ରମ ମହାନ୍ତି (୪୨), ଦେବେନ୍ଦ୍ର କୁମାର ଭୋଳ ଓରଫେ ବୁଲୁ (୪୫), ସୁମନ କୁମାର ସାହୁ (୨୭) ଏବଂ ରାଜୀବ ଚମ୍ପତି (୪୫)। ଏହି ଅଭିଯୁକ୍ତମାନଙ୍କୁ ଭାରତୀୟ ନ୍ୟାୟ ସଂହିତା (BNS) ଓ POCSO ଆଇନରେ ବିଭିନ୍ନ ଧାରାରେ ଅଭିଯୋଗ ଲଗାଯାଇ ଝାରପଡ଼ା ଜେଲକୁ ପଠାଯାଇଛି।

ଅଭିଯୋଗ ଅନୁଯାୟୀ, ୨୦୨୩ ଜୁନ୍‌ରେ ରଜ ସମୟରେ ଅମରେଶ ଜେନା ଜଣେ ୧୯ ବର୍ଷୀୟା ଯୁବତୀଙ୍କ ସହ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ୨୦୨୪ ଫେବୃଆରୀରେ ଯୁବତୀ ଗର୍ଭବତୀ ହେବା ପରେ ଅମରେଶ ତାଙ୍କୁ ଗର୍ଭନଷ୍ଟ କରିବାକୁ ବାଧ୍ୟ କରିଥିଲେ।  ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ଅମରେଶ ତାଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିଲେ ଏବଂ ଏହି ସମ୍ପର୍କ ବିଷୟରେ କାହାକୁ ନ କହିବାକୁ ଚେତାବନୀ ଦେଇଥିଲେ।

ଭୁବନେଶ୍ୱର ଡେପୁଟି କମିଶନର ଅଫ ପୋଲିସ (ଡିସିପି) ଜଗମୋହନ ମୀନା କହିଛନ୍ତି, ଅମରେଶ ଜେନା ଫେରାର ଥିଲେ, କିନ୍ତୁ ବାଲେଶ୍ୱରରୁ ତାଙ୍କୁ ଗିରଫ କରାଯାଇଛି। ତଦନ୍ତ ଜାରି ରହିଛି, ଏବଂ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ହୋଇଛି। ତାଙ୍କ ବୟାନ ମାଜିଷ୍ଟ୍ରେଟ ଆଗରେ ରେକର୍ଡ କରାଯାଇଛି।

ଅମରେଶଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (BNS) ଧାରା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଏବଂ POCSO ଆଇନର ଧାରା ୬ ଅନୁଯାୟୀ ଅଭିଯୋଗ ରୁଜୁ ହୋଇଛି। ଏହାସହ ଅମରେଶଙ୍କ ବଡ଼ ଭାଇ ସମରେଶ ଜେନାଙ୍କୁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସିଲ ପଦରୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri