‘ତୁମ ଇଚ୍ଛା ବିନା ପତ୍ରଟେ ହଲେ ନାହିଁ ଆହେ ଜଗନ୍ନାଥ’

ଭୁବନେଶ୍ୱର,୩ା୬(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ଆଗତ ହୋଇଥିବା ପିଟିଶନ ଶୁକ୍ରବାର ଖାରଜ ହୋଇଯାଇଛି। ଦୁଇଟି ପିଟିଶନ ଖାରଜ ହୋଇଥିବାରୁ ଶ୍ରୀମନ୍ଦିରର ଏକ ଫଟୋ ଶେୟାର କରି ‘ତୁମ ବିନା ପତ୍ରଟେ ବି ହଲେ ନାହିଁ ଆହେ ଜଗନ୍ନାଥ’ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି।

ଏଥିରେ ସେ ଜଗତର ନାଥ ଜଗନ୍ନାଥଙ୍କୁ ଶ୍ରେୟ ଦେଇଥିବା ସ୍ପଷ୍ଟ ବୁଝାପଡୁଛି।

ସେହିପରି ପୁରୀ ଏମ୍‌ପି ପିନାକୀ ମିଶ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଭିମୁଖ୍ୟର ବିଜୟ ହୋଇଛି। ସମ୍ମାନନୀୟ ସୁପ୍ରିମକୋର୍ଟଙ୍କ ଜରିଆରେ ଶ୍ରୀଜଗନ୍ନାଥଙ୍କ ଇଚ୍ଛାପ୍ରକଟ ହୋଇଛି। ପୁରୀକୁ ଏକ ବିଶ୍ବସ୍ତରୀୟ ଐତିହ୍ୟ ସ୍ଥଳରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମର ଯଥାର୍ଥତା ପ୍ରମାଣିତ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ରାଜନୀତିଠାରୁ ଊର୍ଦ୍ଧ୍ୱରେ। ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ସବୁ ରାଜନୈତିକ ଦଳକୁ ନିମନ୍ତ୍ରଣ କରାଯାଇଥିଲା। ଏହି ପବିତ୍ର ଉଦ୍ୟମରେ ବ୍ୟକ୍ତିଗତ ସ୍ବାର୍ଥ ହାସଲ ପାଇଁ ରାଜନୀତି ନ କରିବାକୁ ପିନାକୀ ମିଶ୍ର ବିରୋଧୀମାନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?