୬ରୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୫ା୮(ବ୍ୟୁରୋ): ଆସନ୍ତା ୬ତାରିଖରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୭ରେ ବିଜ୍ଞାନ ଭବନ ପରିସରରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୬ ତାରିଖ ଅପରାହ୍ନ ସାଢେ ୪ଟା ସମୟରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ୭୫ତମ ସ୍ବାଧିନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ନା ନାହିଁ ସେନେଇ ସ୍ପଷ୍ଟ ହୋଇନାହିଁ। ତେବେ ନୀତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ ଦାବି ଉପସ୍ଥାପନା କରିବେ ବୋଲି ଜଣାପଡିଛି। ତେବେ ମୁଖ୍ୟମନ୍ତ୍ରୀ ୮ ତାରିଖରେ ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri