୬ରୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୫ା୮(ବ୍ୟୁରୋ): ଆସନ୍ତା ୬ତାରିଖରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୭ରେ ବିଜ୍ଞାନ ଭବନ ପରିସରରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୬ ତାରିଖ ଅପରାହ୍ନ ସାଢେ ୪ଟା ସମୟରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ୭୫ତମ ସ୍ବାଧିନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେବେ ନା ନାହିଁ ସେନେଇ ସ୍ପଷ୍ଟ ହୋଇନାହିଁ। ତେବେ ନୀତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର କେତେଗୁଡିଏ ଗୁରୁତ୍ୱପୂର୍ଣ୍ଣ ଦାବି ଉପସ୍ଥାପନା କରିବେ ବୋଲି ଜଣାପଡିଛି। ତେବେ ମୁଖ୍ୟମନ୍ତ୍ରୀ ୮ ତାରିଖରେ ଓଡିଶା ଫେରିବାର କାର୍ଯ୍ୟକ୍ରମ ରହିଛି।