ଟ୍ରେନିଂ ଦେବେ ନବୀନ ହେଲେ ଯୋଗ ଦେବନି ବିଜେଡି!

ଭୁବନେଶ୍ୱର,୧୪।୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ଟ୍ରେନିଂ ଦେବେ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନୂଆ ବିଧାୟକ ।

ବିଧାୟକ ନେବେ ଟ୍ରେନିଂ । ପ୍ରଶିକ୍ଷଣ ଦେବେ ନବୀନ, ନଡ୍ଡା, ନରସିଂହ ଓ ଧର୍ମେନ୍ଦ୍ର । ଦୁଇ ଦିନ ଧରି ଏହି ପ୍ରଶିକ୍ଷଣ କ୍ଲାସ ଜାରି ରହିବ । ବିଧାନସଭାର କାର୍ଯ୍ୟବିଧୀ, କମିଟି ବ୍ୟବସ୍ଥା, ବୈଧାନିକ ପ୍ରକ୍ରିୟା, ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ପଏଣ୍ଡ ଅଫ ଅର୍ଡର ସହ ବିଭିନ୍ନ କାର୍ଯ୍ୟଶୈଳୀ ବିଷୟରେ ଜାଣିବେ ନୂଆ ବିଧାୟକ। ଆସନ୍ତା ୧୭ ଓ ୧୮ ତାରିଖ ଦୁଇ ଦିନ ଧରି ବିଧାନସଭାରେ ଏହି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ୫ ଥର ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କିରଣ ରିଜିଜୁ, ଜୁଏଲ ଓରାମ, ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ଦେବେ ପ୍ରଶିକ୍ଷଣ ।

ସପ୍ତଦଶ ବିଧାନସଭାକୁ ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଛନ୍ତି ୮୪ ଜଣ ବିଧାୟକ । ଭାଜପାରୁ ସର୍ବାଧିକ ୫୪ ଜଣ ଥିବାବେଳେ, ବିଜେଡିରୁ ୧୮, କଂଗ୍ରେସରୁ ୯ ଓ ୩ ଜଣ ସ୍ବାଧୀନ ବିଧାୟକ ନୂଆ କରି ନିର୍ବାଚିତ ହୋଇଛନ୍ତି । ନବ ନିର୍ବାଚିତ ବିଧାୟକମାନେ କିଭଳି ଜଣେ ପ୍ରଭାବୀ ବିଧାୟକ ହୋଇପାରିବେ ଓ ବିଭିନ୍ନ ବିଷୟରେ ଗୃହର ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନେବେ ସେନେଇ ଟ୍ରେନିଂ ଦିଆଯିବ ।

ତେବେ ଏହି ତାଲିମ କାର୍ଯ୍ୟକ୍ରମରେ ଯୋଗ ଦେବନି ବିଜେଡି । ଏନେଇ ପ୍ରେସମିଟ୍‌ କରି ଖୋଲାଖୋଲି ମନା କରିଛି ଦଳ। ବିରୋଧୀଦଳ ମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି, ବିଧାନସଭାର ଏହି କାର୍ଯ୍ୟକ୍ରମକୁ CM ଉଦଘାଟନ କରନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ବାଚସ୍ପତି ଉଦଘାଟନ କରନ୍ତି। କିନ୍ତୁ ଏଠି ଭାଜପା ନେତା ଉଦଘାଟନ ଓ ଉଦଯାପନ କରିବେ। ବିଧାନସଭା କାମରେ ବାହାର ନେତା କିଛି କରିବା ଅଶୋଭନୀୟ। ଏଭଳି କାର୍ଯ୍ୟରୁ କ୍ଷାନ୍ତ ରୁହନ୍ତୁ ନଚେତ ବିଜେଡି ଯୋଗ ଦେବନି ବୋଲି କହିଛନ୍ତି ପ୍ରତାପ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri