୫ରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୨୯ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୫ରେ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଭବନରେ ଆୟୋଜିତ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକରେ ସେ ଯୋଗଦେବେ। ଏହାସହ ନୀତି ଆୟୋଗ ପରିଚାଳନା ପରିଷଦ ବୈଠକରେ ମଧ୍ୟ ସାମିଲ ହେବେ ବୋଲି ଜଣାପଡିଛି। ହେଲେ ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିନାହିଁ। ଜୁଲାଇ ୨୬ରେ ମୁଖ୍ୟମନ୍ତ୍ରୀ ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ଶେଷ କରି ଫେରିଥିଲେ। ତେବେ ପୁଣିଥରେ ସେ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଆସନ୍ତା ୬ ତାରିଖ ଅପରାହ୍ନ ସାଢେ ୪ଟା ସମୟରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ସ୍ବାଧୀନତା ଦିବସ ଉପଲକ୍ଷେ ‘ଆଜାଦି କା ଅମୃତ ମହୋତ୍ସବ’ର ଜାତୀୟ କମିଟି ବୈଠକ ଅନୁଷ୍ଠିତ ହେବ। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବାରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସମେତ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀମାନେ ଏଥିରେ ୟୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୭ ତାରିଖରେ ବିଜ୍ଞାନ ଭବନ ପରିସରରେ ନିତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇ ୮ ତାରିଖରେ ଫେରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri