ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି ପୁଣିଥରେ ଲଢିବାକୁ ପ୍ରସ୍ତୁତ ବୋଲି ଖୋଲା ମାଞ୍ଚରେ ଘୋଷଣା କରିଛନ୍ତି। ବବିଙ୍କ ଏହି ଦମ୍ଭୋକ୍ତି ପରେ ପୁରା ରାଜ୍ୟ ରାଜ୍ୟନୀତିରେ କମ୍ପନ ସୃଷ୍ଟି ହୋଇଛି।

ସଭାରେ କର୍ମୀଙ୍କ ଉପସ୍ଥିତିରେ ସେ କହିଛନ୍ତି, କର୍ମୀଙ୍କ ଉତ୍ସାହରେ ମୋ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି। ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି। ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ। ମୋତେ କେହି ବି ନବୀନ ପଟ୍ଟନାୟକଙ୍କ ଠାରୁ ଅଲଗା କରିପାରିବେ ନାହିଁ।

ସୂଚନାଥାଉ କି, ବବିଙ୍କ ଏହି ମନ୍ତବ୍ୟ ପରେ ଯାଜପୁର ରାଜନୀତିରେ କମ୍ପନ ଦେଖିବାକୁ ମିଳୁଛି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ପୂର୍ବରୁ ଯାଜପୁର ବିଧାନସଭା ନିର୍ବାଚନରେ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ପୁଣି ଖୋରାକ ଯୋଗାଇଛି ବବିଙ୍କ ଏହି ମନ୍ତବ୍ୟ। ଆଲୋଚନା ହେଉଛି ଯେ, ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେଲେ ସେହି ଆସନରୁ ବବି ପୁଣିଥରେ ନିର୍ବାଚନ ଲଢିପାରନ୍ତି। ଯାଜପୁରରେ ହେଉଥିବା ଏହି ସଭାରେ ବବି ସୁଜାତାଙ୍କ ଆଗରେ ଏପରି ଘୋଷଣା କରିବା ରାଜନୈତିକ ପାଣିପାଗକୁ ପୁଣି ଉଷ୍ମ କରି ଦେଇଛି। ଯାଜପୁର ବବିଙ୍କ ଗଡ ଭାବେ ପରିଚିତ। ତେବେ ବବିଙ୍କୁ ପୁଣି ଯାଜପୁରର ମଙ୍ଗ ଧରାଇବାକୁ ବିଜେଡି ସୁପ୍ରିମୋ ରଣନୀତି ପ୍ରସ୍ତୁତ କରୁଛନ୍ତି ବୋଲି ଆଲୋଚନା ହେଉଛି। ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି। ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍‌ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମନ୍ତଳୀରେ ବିଜୟୀ ହୋଇଥିଲେ। ଆଉ ଯଦି ତାଙ୍କୁ ସେଥିରୁ ଇସ୍ତଫା ମଗାଯାଏ ତେବେ ରାଜନୈତିକ ପାଣିପାଗ କିଛି ଓଲଟା ବୋହିବାର ମଧ୍ୟ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri