ବବିଙ୍କ ବଡ଼ ନିଷ୍ପତ୍ତି, ରାଜନୀତିରେ ହଲଚଲ…

ଭୁବନେଶ୍ୱର,୩।୧୦: ମୁଁ ପୁଣି ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ଏପରି କହି ଯାଜପୁର ରାଜନୀତିକୁ ସରଗରମ କରିଛନ୍ତି ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ। ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ବବି ପୁଣିଥରେ ଲଢିବାକୁ ପ୍ରସ୍ତୁତ ବୋଲି ଖୋଲା ମାଞ୍ଚରେ ଘୋଷଣା କରିଛନ୍ତି। ବବିଙ୍କ ଏହି ଦମ୍ଭୋକ୍ତି ପରେ ପୁରା ରାଜ୍ୟ ରାଜ୍ୟନୀତିରେ କମ୍ପନ ସୃଷ୍ଟି ହୋଇଛି।

ସଭାରେ କର୍ମୀଙ୍କ ଉପସ୍ଥିତିରେ ସେ କହିଛନ୍ତି, କର୍ମୀଙ୍କ ଉତ୍ସାହରେ ମୋ ଦେହରେ ଶତସିଂହର ବଳ ଆସିଛି। ମାଆ ବିରଜାଙ୍କ ଆଶୀର୍ବାଦରୁ ମୁଁ ପୁଣିଥରେ ନିର୍ବାଚନ ଲଢିବାକୁ ପ୍ରସ୍ତୁତ। ନବୀନ ପଟ୍ଟନାୟକଙ୍କ ପରାମର୍ଶରେ ସମ୍ବଲପୁରରୁ ନିର୍ବାଚନ ଲଢିଥିଲି। ଯାଜପୁର ବିଧାୟିକା ପ୍ରାର୍ଥୀଙ୍କ ପାଇଁ ଦିନେ ବି ସମୟ ଦେଇପାରି ନ ଥିଲି। ତଥାପି ଯାଜପୁରବାସୀ ବିଜେଡି ପ୍ରାର୍ଥୀଙ୍କୁ ବିଜୟୀ କରିଛନ୍ତି। ମୁଁ ସେହି ଅଶୋକ ଦାସଙ୍କ ପୁଅ ଓ ବିଜୁ ବାବୁଙ୍କ ଦାୟାଦ। ଅଶୋକ ଦାସଙ୍କ ପୁଅ ଭାବେ କେବେ ବି ଜେଲ ଯିବାକୁ ଭୟ କରିନାହିଁ। ମୋତେ କେହି ବି ନବୀନ ପଟ୍ଟନାୟକଙ୍କ ଠାରୁ ଅଲଗା କରିପାରିବେ ନାହିଁ।

ସୂଚନାଥାଉ କି, ବବିଙ୍କ ଏହି ମନ୍ତବ୍ୟ ପରେ ଯାଜପୁର ରାଜନୀତିରେ କମ୍ପନ ଦେଖିବାକୁ ମିଳୁଛି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ ପୂର୍ବରୁ ଯାଜପୁର ବିଧାନସଭା ନିର୍ବାଚନରେ ଉପନିର୍ବାଚନ ହେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ପୁଣି ଖୋରାକ ଯୋଗାଇଛି ବବିଙ୍କ ଏହି ମନ୍ତବ୍ୟ। ଆଲୋଚନା ହେଉଛି ଯେ, ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେଲେ ସେହି ଆସନରୁ ବବି ପୁଣିଥରେ ନିର୍ବାଚନ ଲଢିପାରନ୍ତି। ଯାଜପୁରରେ ହେଉଥିବା ଏହି ସଭାରେ ବବି ସୁଜାତାଙ୍କ ଆଗରେ ଏପରି ଘୋଷଣା କରିବା ରାଜନୈତିକ ପାଣିପାଗକୁ ପୁଣି ଉଷ୍ମ କରି ଦେଇଛି। ଯାଜପୁର ବବିଙ୍କ ଗଡ ଭାବେ ପରିଚିତ। ତେବେ ବବିଙ୍କୁ ପୁଣି ଯାଜପୁରର ମଙ୍ଗ ଧରାଇବାକୁ ବିଜେଡି ସୁପ୍ରିମୋ ରଣନୀତି ପ୍ରସ୍ତୁତ କରୁଛନ୍ତି ବୋଲି ଆଲୋଚନା ହେଉଛି। ଏହାପୂର୍ବରୁ ବିଜେଡିର ବହୁ ବରିଷ୍ଠ ନେତା ଏପରି କି ରାଜ୍ୟ ସଭା ଏମପି ମଧ୍ୟ ଓଡ଼ିଶାରେ ଉପନିର୍ବାଚନ ହୋଇପାରେ ବୋଲି କହି ସାରିଛନ୍ତି। ତେବେ ବବିଙ୍କ ଖୋଲା ମଞ୍ଚରେ ଏହି ଦୃଢୋକ୍ତି ପରେ ଉପନିର୍ବାଚନ ଚର୍ଚ୍ଚା ପୁଣି ଜୋର ଧରିଛି। ତେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯଦି ସୁଜାତାଙ୍କୁ ଯାଜପୁରରୁ ଇସ୍ତଫା ଦେବାକୁ କହି ବବିଙ୍କୁ ଟିକେଟ୍‌ ଦିଅନ୍ତି ତେବେ ସୁଜାତା ମଧ୍ୟ ଏନେଇ ଅସନ୍ତୁଷ୍ଟ ହୋଇପାରନ୍ତି। କାରଣ ଚଳିତ ନିର୍ବାଚନରେ ଯାଜପୁରରେ ବିଜେଡିର ଗଡ଼ ଏକ ପ୍ରକାର ଧ୍ୱସଂବିଧ୍ୱସ୍ତ ହୋଇଯାଇଥିବାବେଳେ ସେ ନିଜର ନିର୍ବାଚନମନ୍ତଳୀରେ ବିଜୟୀ ହୋଇଥିଲେ। ଆଉ ଯଦି ତାଙ୍କୁ ସେଥିରୁ ଇସ୍ତଫା ମଗାଯାଏ ତେବେ ରାଜନୈତିକ ପାଣିପାଗ କିଛି ଓଲଟା ବୋହିବାର ମଧ୍ୟ ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?