ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି। ପୂର୍ବ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀ ଥିବା କିଛି ସଦସ୍ୟ ମଧ୍ୟ ଏଥର ମନ୍ତ୍ରୀ ହୋଇ ପୂର୍ବ ଦାୟିତ୍ୱ ପାଇଛନ୍ତି। ସେମାନଙ୍କ ମଧ୍ୟରେ ନିରଞ୍ଜନ ପୂଜାରୀ, ନବ କିଶୋର ଦାସ, ପ୍ରଫୁଲ୍ଲ ମଲ୍ଲିକ, ତୁଷାରକାନ୍ତି ବେହେରା, ଅଶୋକ ଚନ୍ଦ୍ର ପଣ୍ଡା ଓ ସମୀର ରଞ୍ଜନ ଦାଶ ରହିଛନ୍ତି।

କ୍ୟାବିନେଟ ପାହ୍ୟା

ଜଗନ୍ନାଥ ସାରକା- ଆଇନ, ଆଦିବାସୀ କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ
ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର
ରଣେନ୍ଦ୍ର ପ୍ରତାପ ସ୍ବାଇଁ- କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ
ପ୍ରମିଳା ମଲ୍ଲିକ- ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ
ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ
ପ୍ରଫୁଲ୍ଲ ମଲ୍ଲିକ- ଇସ୍ପାତ ଓ ଖଣି, ପୂର୍ତ୍ତ
ପ୍ରତାପ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ
ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ
ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ
ନବକିଶୋର ଦାସ- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ
ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ
ଟୁକୁନି ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ
ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା

ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ)

ସମୀର ରଞ୍ଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା
ଅଶ୍ୱିନୀ କୁମାର ପାତ୍ର- ପର୍ଯ୍ୟଟନ, ଓ ଭାଷା ଓ ସଂସ୍କୃତି, ଅବକାରୀ
ପ୍ରୀତିରଞ୍ଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
ଶ୍ରୀକାନ୍ତ ସାହୁ- ଶ୍ରମ ଓ ଇଏସ୍‌ଆଇ
ତୁଷାରକାନ୍ତି ବେହେରା- ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବା
ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା
ରୀତା ସାହୁ- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ
ବାସନ୍ତୀ ହେମ୍ବ୍ରମ- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି
ରାଷ୍ଟ୍ରମନ୍ତ୍ରୀ
ତୁଷାରକାନ୍ତି ବେହେରାଙ୍କୁ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବାର ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ) ଦାୟିତ୍ୱ ସହିତ ଗୃହ ରାଷ୍ଟମନ୍ତ୍ରୀ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri