ରାଜ୍ୟ ସଭାରେ ଘେରିବ ବିଜେଡି, ନବୀନଙ୍କ ସ୍ବତନ୍ତ୍ର ରଣନୀତି

ଭୁବନେଶ୍ୱର,୧୯।୭: ନବୀନ ନିବାସରେ ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଂଧ୍ୟାରେ ସଂସଦୀୟ ଦଳ ବୈଠକ ବସିଛି। ବୈଠକରେ ୯ ରାଜ୍ୟସଭା ଏମପିମାନେ ଉପସ୍ଥିତ ଥିଲେ । ଆସନ୍ତା ୨୨ରୁ ସଂସଦରେ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଆରମ୍ଭ ହେବାକୁ ଥିବା ସଂସଦ ଅଧିବେଶନ ସମୟରେ ଦଳର ଆଭିମୁଖ୍ୟ କ’ଣ ରହିବ ଓ ରାଜ୍ୟର ସ୍ବାର୍ଥ ପାଇଁ କେଉଁ ପ୍ରଶ୍ନ ଉଠାଯିବ ଏନେଇ ରଣନୀତି ପ୍ରସ୍ତୁତ ହୋଇଛି।

ସବୁବେଳେ ରାଜ୍ୟବାସୀଙ୍କ ସ୍ବାର୍ଥକୁ ପ୍ରାଥମିକତା ଦେଇଛି ବିଜେଡି । ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ୟ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ବର ସାଜିବ ବିଜୁ ଜନତା ଦଳ । ରାଜ୍ୟ ସଭା ଏମପିଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ନଅ ରାଜ୍ୟ ସଭା ସାଂସଦ ଯୋଗ ଦେଇଥିଲେ । ଏହି ଅବସରରେ ସମସ୍ତ ଏମପିଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକଙ୍କୁ ଦଳର ରାଜ୍ୟ ସଭା ସଂସଦୀୟ ଦଳ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି ।

ବୈଠକରେ ସଂସଦରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଛି । ରାଜ୍ୟବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟ ମାନ୍ୟତା, ଆଦିବାସୀ କଲ୍ୟାଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି ପାଇଁ ଦଳ ସଂସଦରେ ସ୍ବର ଉଠେଇବ ବୋଲି ସସ୍ମିତ ପାତ୍ର ଓ ଦେବାଶିଷ ସାମନ୍ତରାୟ ସୂଚନା ଦେଇଛନ୍ତି। ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ପ୍ରସଙ୍ଗ ମଧ୍ୟ ଗୃହରେ ଉଠାଇବ ଦଳ । ସବୁ ପ୍ରସଙ୍ଗରେ ସୁଦୃଢ ବିରୋଧୀ ଦଳ ଭାବରେ ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ । ଓଡ଼ିଶାର ସର୍ବାଙ୍ଗୀନ ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରାଯିବ ବୋଲି ଏମପିଙ୍କୁ ନବୀନ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri