ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ
ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ କେଉଁଠାରେ ଥିଲେ ବୋଲି ସମ୍ପଦ ପ୍ରଶ୍ନ କରିଛନ୍ତି। ଧର୍ମଶାଳାରେ ବିଜେଡି କର୍ମୀ ନିଜ ଦଳର ନେତାଙ୍କୁ ଆକ୍ରମଣ କରିଛନ୍ତି। ନବୀନ ବାବୁ ବୁଝିବା ଦରକାର ତାଙ୍କ ଦଳରେ ଆଉ ଶୃଙ୍ଖଳା ନାହିଁ। ଦଳର ହାଇକମାଣ୍ଡଙ୍କୁ କେହି ମାନିବା ଅବସ୍ଥାରେ ନାହାନ୍ତି। ବିଜେଡି ଏବେ ନିଶ୍ଚିହ୍ନ ହେବାକୁ ଯାଉଛି ବୋଲି କହିଛନ୍ତି ସମ୍ପଦ ସ୍ବାଇଁ।

ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବନେତା ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ରବିବାର ନବୀନ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ପ୍ରଣବଙ୍କ ଉପରେ ସ୍ପଷ୍ଟ ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି। ଯଦି ଜନପ୍ରତିନିଧିମାନେ ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ଓ ସେମାନଙ୍କ କାର୍ଯ୍ୟକଳାପ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା ଏବଂ ଏକପାଖିଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି।
ରବିବାର ଶଙ୍ଖ ଭବନରେ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ଭୃଗୁ ବକ୍ସିପାତ୍ର କହିଛନ୍ତି, ଘଟଣା ଘଟିବାର ୨ ଘଣ୍ଟା ପୂର୍ବରୁ ପ୍ରଣବ ଗଣ୍ଡଗୋଳ ଆଶଙ୍କାକରି ଯାଜପୁର ଏସ୍‌ପିିଙ୍କୁ ଜଣାଇଥିଲେ। ଏହାସହିତ ଘଟଣା ବେଳେ ଭିଡିଓ କଲ୍‌ କଲାପରେ ମଧ୍ୟ ତାଙ୍କଠାରୁ କୌଣସି ଉତ୍ତର ମିଳି ନ ଥିଲା। ରବିବାରର ଘଟଣାକୁ ମିଶାଇ ପ୍ରଣବଙ୍କ ଉପରେ ବିଧାୟକ ହିମାଂଶୁ ସାହୁଙ୍କ ଦ୍ୱାରା ପଞ୍ଚମଥର ଆକ୍ରମଣ ହୋଇଛି। ସ୍ଥାନୀୟ ପୋଲିସ ନିକଟରେ ଏନେଇ ମାମଲା ରୁଜୁ କଲାପରେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନାହିଁ ବୋଲି ସେ କହିଛନ୍ତି।
ନେତା ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି। ଯଦି ୪୮ ଘଣ୍ଟା ମଧ୍ୟରେ ଆକ୍ରମଣକାରୀଙ୍କୁ ଗିରଫ କରା ନ ଯାଏ, ତେବେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri