ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ ଓଡ଼ିଶା କାର୍ଡ’ ଖେଳିଛନ୍ତି ବୋଲି ଆଲୋଚନା ହେଲାଣି।

ଆସନରେ ଆଗାମୀ ନିର୍ବାଚନ ସକାଶେ କିଏ ବିଜେଡିର ଯୋଗ୍ୟ ପ୍ରାର୍ଥୀ ହେବେ ତାହାକୁ ନେଇ ଆଶାଆଶଙ୍କା ପ୍ରକାଶ ପାଇଆସୁଥିଲା। ପୂର୍ବତନ ବିଧାୟକ ଆୟୁବ୍‌ ଖାନ୍‌, ୨୦୧୯ ନିର୍ବାଚନରେ ବିଜେଡି ପ୍ରାର୍ଥୀ ହୋଇଥିବା ସଙ୍ଗଠକ ଅଜୟ ଦାସ ଏବଂ ଜିଲା ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ତଥା ନାରୀନେତ୍ରୀ ନିରୁପମା ମାଝିଙ୍କ ମଧ୍ୟରୁ କାହାକୁ ଦଳ ଚଳିତ ନିର୍ବାଚନ ପାଇଁ ପ୍ରାର୍ଥୀ କରିବ, ସେନେଇ ନିଷ୍ପତ୍ତି ହୋଇପାରୁ ନ ଥିବା ଆଲୋଚନାର ବିଷୟ ହୋଇଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ପରେ କଣ୍ଟାବାଞ୍ଜି ସମେତ ସମଗ୍ର ପଶ୍ଚିମ ଓଡ଼ିଶାରେ ରାଜନୀତି ସରଗରମ ହୋଇଛି। ଏହା ନବୀନଙ୍କ ମାଷ୍ଟରଷ୍ଟ୍ରୋକ୍‌ ବୋଲି ଦଳୀୟ ନେତା ଓ କର୍ମୀ କହିବା ସହ ଉତ୍ସାହିତ ହୋଇପଡ଼ିଛନ୍ତି।

ଆସନରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଭାଜପା ଗତ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଲକ୍ଷ୍ମଣ ବାଗଙ୍କ ଉପରେ ଭରସା କରିଛି। ଉଲ୍ଲେଖଯୋଗ୍ୟ, ବାଗ୍‌ ମାତ୍ର ୧୨୮ ଖଣ୍ଡ ଭୋଟ୍‌ରେ ସାଲୁଜାଙ୍କଠାରୁ ପରାସ୍ତ ହୋଇଥିଲେ। ଏବେ ତିନି ପ୍ରମୁଖ ଦଳର ପ୍ର୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିବାରୁ ଏମାନଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି କୁହାଯାଉଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜି ଆସନରୁ ପ୍ରାର୍ଥୀ ହେବା ପରେ ଦାଦନପ୍ରବଣ ଏବଂ ଭୋକର ଭୂଗୋଳ ଭାବେ ପରିଚିତ ଏହି ଅଞ୍ଚଳଟି ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଭାରତ ସରକାରଙ୍କ ଆକାଂକ୍ଷୀ ଜିଲା ଭାବେ ଚିହ୍ନିତ ବଲାଙ୍ଗୀର ଜିଲାର ଅନଗ୍ରସର ବ୍ଳକ୍‌ ବଙ୍ଗୋମୁଣ୍ଡା, ମୁରିବାହାଲ, ତୁରେକେଲା ଏବଂ କଣ୍ଟାବାଞ୍ଜି ଏନ୍‌ଏସିକୁ ନେଇ ଗଠିତ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ସ୍ବାଧୀନତା ପରଠାରୁ ଦୁର୍ଭିକ୍ଷ, କ୍ରମାଗତ ମରୁଡ଼ି, ଅନାହାର ମୃତ୍ୟୁ, ପିଲାବିକ୍ରି ଏବଂ ଦାଦନ ସମସ୍ୟା ପାଇଁ କୁଖ୍ୟାତି ଅର୍ଜନ କରିଆସିଛି। ପ୍ରତିବର୍ଷ ଜିଲାରୁ ଅନେକ ଲକ୍ଷ ଲୋକ ରାଜ୍ୟ ବାହାରକୁ ଦାଦନ ଶ୍ରମିକ ଭାବେ ସ୍ଥାନାନ୍ତର ହେବା ଏବଂ ସେଠାରେ ଅମାନବିକ ନିର୍ଯାତନା ଭୋଗିବା ସାଧାରଣ ଘଟଣାରେ ପରିଣତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୨୪ ବର୍ଷ ସ୍ଥିର ଶାସନ କାଳରେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ସ୍ବରୂପ ବିଶେଷ ବଦଳି ନାହିଁ। ଏଭଳି ସ୍ଥିତିରେ ଖୋଦ୍‌ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ବିଜେଡି ପ୍ରାର୍ଥୀ ହେବା ଏହି ଅଞ୍ଚଳର ସାମଗ୍ରିକ ରୂପରେଖ ବଦଳାଇବାରେ ସକ୍ଷମ ହେବ କି ନାହିଁ ତାହାକୁ ନେଇ ଏବେ ଆଲୋଚନା ଆରମ୍ଭ ହୋଇଯାଇଛି।
ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ଘୋଷଣା ହେବା ପରେ କଡ଼ା ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ କଂଗ୍ରେସ ଦଳ ବରିଷ୍ଠ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର। ପଶ୍ଚିମ ଓଡ଼ିଶା ପ୍ରତି କ୍ରମାଗତ ବୈମାତୃକ ମନୋଭାବରୁ ଯେଉଁ ସ୍ବତନ୍ତ୍ର କୋଶଳ ରାଜ୍ୟ ଆନ୍ଦୋଳନ ମୁଣ୍ଡ ଟେକୁଛି, ସେଇ ଭୟ ଓ ଲୋକଙ୍କ ଭିତରେ ପୁଞ୍ଜୀଭୂତ ଅସନ୍ତୋଷକୁ ପ୍ରଶମିତ କରିବା ପାଇଁ ନବୀନ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହୋଇଛନ୍ତି ବୋଲି ସେ କହିଛନ୍ତି। ଦୀର୍ଘବର୍ଷର ଉପେକ୍ଷା ଓ ଅନଗ୍ରସରତା ବିରୋଧରେ ଏଠାକାର ଲୋକେ ଏକଜୁଟ୍‌ ହୋଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ ଉଚିତ୍‌ ଜବାବ ଦେବେ ବୋଲି ସେ କହିଛନ୍ତି। ସେହପରି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ସାଲୁଜା କହିଛନ୍ତି, ବିଜେଡି ପାଖରେ ପ୍ରାର୍ଥୀ ନାହିଁ। କଣ୍ଟାବାଞ୍ଜିବାସୀ ସ୍ବାଭିମାନୀ। ସେମାନେ କଂଗ୍ରେସ ସହିତ ଅଛନ୍ତି ଓ ଆସନ୍ତା ନିର୍ବାଚନରେ ସେ ଜିତିବେ ବୋଲି କହିଛନ୍ତି।

ସମୀକ୍ଷକଙ୍କ ମତରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ବିଜେପୁରରୁ ପ୍ରାର୍ଥୀ ହୋଇଥିଲେ। ସେଠାରୁ ଜିତିବା ପରେ ସେହି ଆସନ ଛାଡ଼ିଥିଲେ। କଣ୍ଟାବାଞ୍ଜି ଅବସ୍ଥା ସେୟା ହେବ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?