ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଚଣ୍ଡିଖୋଲର ବେଣାପୁର ସଭାରେ ଯୋଗଦେଇ ଓଡିଶାବାସୀଙ୍କୁ ୧୯,୬୦୦ କୋଟିର ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମବାର୍ଷିକୀ ଅବସରରେ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମୋଦିଙ୍କୁ ପ୍ରଂଶସା କରିଥିଲେ। ଏପରି କି ମୁଖ୍ୟମନ୍ତ୍ରୀ ଓଡିଶାବାସୀଙ୍କୁ ଭେଟି ଦେଇଥିବା ପ୍ରକଳ୍ପ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ । ମୋଦିଙ୍କ ନେତୃତ୍ୱରେ ଭାରତ ଏବେ ପଞ୍ଚମ ବୃହତ୍ତ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି । ଖୁବଶୀଘ୍ର ଭାରତ ତୃତୀୟ ବୃହତ ଅର୍ଥନୀତି ଭାବେ ଉଭା ହେବ। ଦେଶର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି ନବୀନ କହିଛନ୍ତି।

ଜାଣନ୍ତୁ ଏହିସବୁ ପ୍ରକଳ୍ପର ଶିଳାନ୍ୟାସ-ଲୋକାର୍ପଣ
-ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ୮ ଥାକିଆ ରାସ୍ତାର ଶିଳାନ୍ୟାସ
ତୈଳ ଓ ଗ୍ୟାସ, ରେଳବାଇ, ସଡକ ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
-ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ ମନୋଇଥିଲିନ ଗ୍ଲାଇକୋଲ ପ୍ରକଳ୍ପର ଉଦ୍‌ଘାଟନ
-ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ ୩୪୪ କିମି ପାଇପ ଲାଇନର ଉଦ୍‌ଘାଟନ
୧୬୨ କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ ଦୋହରୀକରଣର ଉଦ୍‌ଘାଟନ
-କେନ୍ଦୁଝରଗ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ କେନ୍ଦୁଝରଗଡ ରେଳ ଷ୍ଟେନରୁ ଶୁଭାରମ୍ଭ
-କେନ୍ଦ୍ରାପଡା ଜିଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବ
-ପାରାଦୀପ-କେନ୍ଦୁଝରଗଡ ମଧ୍ୟରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବ।
ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ ସେବା ଆରମ୍ଭ


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri