ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର ଏହାକୁ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ତେବେ ଏହି ବର୍ଦ୍ଧିତ ଦରମା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ଏହି ବର୍ଦ୍ଧିତ ଦରମା ନେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି। ନବୀନ ଏହାକୁ ଗରିବଙ୍କ କଲ୍ୟାଣରେ ଉପଯୋଗ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେଡିର ଅନ୍ୟ ବିଧାୟକମାନେ ନବୀନଙ୍କ ରାସ୍ତାରେ ଯିବେ ନାବ ନାହିଁ ଅର୍ଥାତ୍‌ ସେମାନଙ୍କ ବର୍ଦ୍ଧିତ ଦରମା ନେବେ କି ନାଇଁ ତାହାକୁ ନେଇ ଜୋର୍‌ଦାର ଚର୍ଚ୍ଚା ବଢ଼ିଛି।

ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ ବୃଦ୍ଧି କରିଥିଲେ ସରକାର। ଫଳରେ ବର୍ତ୍ତମାନର ଏବଂ ପୂର୍ବତନ ବିଧାୟକମାନଙ୍କର ଦରମା ଓ ପେନ୍‌ସନ୍‌ ଉଭୟ ୯୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବାଚସ୍ପତିଙ୍କ ମାସିକ ଦରମା ପୂର୍ବରୁ ୪୦,୫୦୦ ଟଙ୍କା ଥିବାବେଳେ ଏବେ ତାହା ୯୮,୦୦୦ ଟଙ୍କାକୁ ବୃଦ୍ଧି ପାଇଛି।

ଏହାବ୍ୟତୀତ ସେମାନଙ୍କର ଅନ୍ୟାନ୍ୟ ଭତ୍ତା ଯଥେଷ୍ଟ ବୃଦ୍ଧି କରାଯାଇଛି। ଯେପରିକି ବୈଠକ ଭତ୍ତା ୮୦୦ ଟଙ୍କାରୁ ୨,୦୦୦ ଟଙ୍କା। କାର୍‌ ଭତ୍ତା ୧୭,୦୦୦ ଟଙ୍କାରୁ ୮୯,୦୦୦ ଟଙ୍କା। ଆବାସ ଭତ୍ତା (ସରକାରୀ କ୍ୱାର୍ଟର୍ସ ମିଳିବା ପର୍ଯ୍ୟନ୍ତ) ଦୈନିକ ୧,୦୦୦ ଟଙ୍କାରୁ ୨,୦୦୦ ଟଙ୍କା।

ସେହିପରି ବିଧାୟକଙ୍କ ଅନ୍ୟାନ୍ୟ ଭତ୍ତାରେ ବୃଦ୍ଧି ବିଧାୟକମାନଙ୍କ ଅନେକ ଭତ୍ତାରେ ବଡ଼ ବୃଦ୍ଧି କରାଯାଇଛି। ସେଥିମଧ୍ୟରୁ କେତେକ ହେଲା, ସମ୍ପଚୁଆରୀ ଭତ୍ତା ୪୦,୦୦୦ ଟଙ୍କାରୁ ୯୬,୦୦୦ ଟଙ୍କା। ନିର୍ବାଚନ ମଣ୍ଡଳୀ ଓ ଲୋକ ସେବା ଭବନ ଗସ୍ତ ଭତ୍ତା ୨୦,୦୦୦ ଟଙ୍କାରୁ ୭୫,୦୦୦ ଟଙ୍କା। ମାସିକ ପରିବହନ ଭତ୍ତା ୧୫,୦୦୦ ଟଙ୍କାରୁ ୫୦,୦୦୦ ଟଙ୍କା। ବିଧାୟକଙ୍କ ମାସିକ ଭତ୍ତା ୨,୦୦୦ ଟଙ୍କାରୁ ୧୦,୦୦୦ ଟଙ୍କା। ବିଦ୍ୟୁତ୍‌ ଖର୍ଚ୍ଚ ଭତ୍ତା ୫,୦୦୦ ଟଙ୍କାରୁ ୨୦,୦୦୦ ଟଙ୍କା। ଡାକ୍ତରୀ ଚିକିତ୍ସା ଭତ୍ତା ୫,୦୦୦ ଟଙ୍କାରୁ ୩୫,୦୦୦ ଟଙ୍କା। ମୋଟର କାର୍‌ ଅଗ୍ରୀମ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ପୂର୍ବରୁ ଭାଜପା ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାୟକମାନଙ୍କ ପାରିଶ୍ରମିକ ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ ସମୀକ୍ଷା ପାଇଁ ବିଧାୟକ ଭାସ୍କର ମଢ଼େଇଙ୍କ ନେତୃତ୍ୱରେ ଏକ ପରାମର୍ଶଦାତା କମିଟି ଗଠନ କରିଥିଲେ। ପୁରୁଣା ପେନ୍‌ସନ୍‌ ରାଶି ମୁଦ୍ରାସ୍ଫୀତି ସହ ଖାପ ଖାଉ ନ ଥିବାରୁ ବିଭିନ୍ନ ଦଳର ବିଧାୟକମାନେ ଦରମା ବୃଦ୍ଧି ପାଇଁ ଦାବି କରି ଆସୁଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri