ଭୁବନେଶ୍ବର,୨୪।୨: ଚାଷୀ ସମସ୍ୟା ନେଇ ବିଜେଡି ବିକ୍ଷୋଭ ଚଳାଇଛି । ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ ଆରମ୍ଭ ହୋଇଛି । ଏଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ଗର୍ଜିଛନ୍ତି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିଛନ୍ତି ବିରୋଧୀ ଦଳ ନେତା ।
ନବୀନ କହିଛନ୍ତି, ଖୁବ ଶୀଘ୍ର ଏ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଛି । ନିର୍ବାଚନ ସମୟରେ ବହୁତ ବଡ଼ ବଡ଼ କଥା କହୁଥିଲେ, କିନ୍ତୁ କିଛି ମିଳିଲା ନାହିଁ । ବିଜେଡି ସରକାର ଚାଷୀଙ୍କ ପାଇଁ କାଳିଆ ଯୋଜନା କରିଥିଲା ।କିନ୍ତୁ ଡବଲ ଇଞ୍ଜିନ ସରକାର କିଛି କରିନି । ସାର ମିଳୁନି, ଧାନ କିଣୁନାହାନ୍ତି ସରକାର, କଟନୀ ଛଟଣି ହେଉଛି । ଯେଉଁ ଚାଷୀମାନେ ଅଭିଯୋଗ କରୁଛନ୍ତି ସେମାନଙ୍କୁ ମିଛ ବୋଲି କହୁଛନ୍ତି ସରକାର । ବିଜେଡି ଚାଷୀଙ୍କ ହକ୍ ପାଇଁ ଲଢ଼େଇ ଜାରି ରଖିବ।”
୭୨ ଘଣ୍ଟାରେ ଧାନ କିଣା ଯାଉ। ୪୮ଘଣ୍ଟାରେ DBT ମାଧ୍ୟମରେ ଚାଷୀଙ୍କୁ ଦିଆଯାଉ । ପ୍ରଚାର ପ୍ରସାରରେ ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଚାଷୀଙ୍କ ପାଇଁ କିଛି ନାହିଁ । ସରକାରଙ୍କ ନିଦ ହଜାଇଦେବୁ ବୋଲି ଚେତାବନୀ ଦେଇଛନ୍ତି ନବୀନ ।