AIକୁ ନେଇ ନବୀନ କହିଲେ…

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଙ୍ଗ ଧରିଛନ୍ତି। ପ୍ରାୟତଃ ବିରୋଧୀଙ୍କ କଟାକ୍ଷକୁ ଖାତିର କରୁ ନ ଥିବା ନବୀନ ଚଳିତ ନିର୍ବାଚନରେ ଭିଡିଓ ବାର୍ତ୍ତା ମାଧ୍ୟମରେ ଜବାବ ରଖୁଥିବା ଦେଖାଯାଉଛି। ଏହାକୁ ନେଇ ଭାଜପା ସନ୍ଦେହ ପ୍ରକାଶ କରିଛି। ନିର୍ବାଚନୀ ସଭାରେ ନବୀନ ଗୋଟିଏ ମିନିଟ୍‌ରେ ସ୍କ୍ରିପ୍ଟେଡ ଲେଖା ପଢ଼ି ଦେଉଛନ୍ତି। ହେଲେ ଶର୍ଟ ଭିଡିଓରେ ବେଶ୍‌ ପ୍ରାଞ୍ଜଳ ଭାବେ ସମସ୍ତ ଘଟଣାକୁ ପରିପ୍ରକାଶ କରୁଛନ୍ତି। ଏଣୁ ବାସ୍ତବରେ ସେ କହୁଛନ୍ତି ନା ତାହା AI କିଛି ସ୍ପଷ୍ଟ ହୋଇପାରୁନାହିଁ ବୋଲି ବୁଧବାର ଭାଜପା ନେତା ସମୀର ମହାନ୍ତି କହିଛନ୍ତି। ଏଭଳି ଭିଡିଓ କରିବା ଛାଡ଼ନ୍ତୁ, ଆଲୋଚନା କରିବାକୁ ମଞ୍ଚକୁ ଆସନ୍ତୁ ବୋଲି ସେ ଆହ୍ବାନ ଦେଇଛନ୍ତି।

ତେବେ ଏହାର ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ। ଏକ ଭିଡିଓରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପଚାରୁଛନ୍ତି ସାର୍‌ ଭାଜପା ଅଭିଯୋଗ କରୁଛି ଯେ, ଆପଣ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI) ଭିଡିଓ କରୁଛନ୍ତି। ମୁଖ୍ୟମନ୍ତ୍ରୀ କହୁଛନ୍ତି ଭଲ କଥା। ସେମାନେ ନିଜେ ଇଣ୍ଟେଲିଜେନ୍ସ ବ୍ୟବହାର କରୁଛନ୍ତି। ଏହି ଭିଡିଓ ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri