କାହିଁକି ହାରିଲା ବିଜେଡି, ଖୋଲାଖୋଲି କହିଲେ ନବୀନ

ଭୁବନେଶ୍ୱର,୨୦।୬: ବିରୋଧୀ ଦଳର ନେତା ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିଧାୟକ ଦଳ ନେତା , ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଧାୟକ ଦଳ ଉପନେତା, ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଓ ପ୍ରତାପ କେଶରୀ ଦେବଙ୍କୁ ବିରୋଧୀ ଦଳ ଉପମୁଖ୍ୟ ସଚେତକ ଭାବେ ଚୟନ କରାଯାଇଛି । ତେବେ ବୈଠକ ପରେ ଦଳର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗଣମାଧ୍ୟମରେ ଦଳ ବିପର୍ଯ୍ୟୟ ସମୀକ୍ଷା କରିଛନ୍ତିି ।

ସେ କହିଛନ୍ତି, ଭାଜପା ସାରା ଦେଶରେ ଖରାପ ପ୍ରଦର୍ଶନ କଲା। କିନ୍ତୁ ଏଠାରେ ଏତେ ସଫଳତା ପାଇଲା। ଆମେ ଲୋକ ସଭାରେ ମୂଳପୋଛ ହୋଇଗଲୁ। ଆମ ଦଳର ରଣନୀତି ଭୁଲ୍‌ ହୋଇଗଲା। ଆମେ ଭାଜପାକୁ ବିଶ୍ୱାସକୁ ନେବାର ନ ଥିଲା। ଆଞ୍ଚଳିକ ଦଳ ଭାବେ କେନ୍ଦ୍ର ବିରୋଧରେ ହକ୍‌ ପାଇଁ ସ୍ବର ଉତ୍ତୋଳନ କରିବା କଥା। କିନ୍ତୁ ସେଥିରେ ଆମେ ସେତେଟା ସଫଳ ହୋଇପାରିଲୁ ନାହିଁ। ପରାଜୟର ସମୀକ୍ଷା ହେବା ଆବଶ୍ୟକ। ଏହାସହ ଦଳ ଯେମିତି ବିଧାନସଭା ଭିତରେ ଓ ବାହାରେ ସରକାରଙ୍କୁ ଘେରିବ, ସେଥିପାଇଁ ରଣନୀତି ପ୍ରସ୍ତୁତ ହେଉ।

କିନ୍ତୁ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ଚଳିତ ନିର୍ବାଚନରେ ଭୁଲ୍‌ ରଣନୀତିକୁ ସ୍ବୀକାର କରି ନ ଥିଲେ। ସେ କହିଥିଲେ, ୨୦୧୪ରେ ଯେତେବେଳେ ସାରା ଦେଶରେ ମୋଦି ଲହର ଥିଲା ଆମେ ୨୦ଟି ଆସନ ଜିତିଥିଲୁ। କିନ୍ତୁ ଏଥର ମୋଦି ଲହର ବିଳମ୍ବରେ ହେଲେ ମଧ୍ୟ ପ୍ରଭାବୀ ହେଲା। ତେବେ ରାଜନୀତିରେ ଏପରି ବେଳେବେଳେ ହୁଏ। ଏସବୁର ସମୀକ୍ଷା କରି ଭବିଷ୍ୟତ ରଣନୀତି ପ୍ରସ୍ତୁତ କରିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri