ଏହି ୨ ନେତାଙ୍କୁ ଦାୟିତ୍ୱ ଦେଇ ଖସିଗଲେ ନବୀନ: ଜାଣନ୍ତୁ ଭିତିରି କଥା…

ଭୁବନେଶ୍ୱର, ୨୪ା୧(ସୁନିତ୍‌ ମିଶ୍ର): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡିରୁ ନିଲମ୍ବନ କରାଯିବାକୁ ନେଇ କିଛିଦିନ ହେଲା ରାଜ୍ୟ ରାଜନୀତି ଜୋର୍‌ ଧରିଛି। ଅରବିନ୍ଦଙ୍କୁ ଦଳବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗ ଉଠାଇ ବିଜେଡିରୁ କଢ଼ାଯାଇଛି। ଅରବିନ୍ଦ କ’ଣ ଦଳ ବିରୋଧୀ କରିଛନ୍ତି ତା’ର ସେ ପ୍ରମାଣ ମାଗିବା ସହିତ ପ୍ରଥମେ ଶୋ’ କଜ୍‌ ନ ଦେଇ କାହିଁକି ଦଳରୁ କଢ଼ାଗଲା ବୋଲି ବାରମ୍ବାର ପ୍ରଶ୍ନ ଉଠାଉଛନ୍ତି। ଅନ୍ୟପଟେ ୨ଦିନ ତଳେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ବିରୋଧରେ ଆଣିଥିବା ଅଭିଯୋଗକୁ ପ୍ରମାଣିତ କରିବା ପାଇଁ ତାଙ୍କ ଚିରାଚରିତ ଢଙ୍ଗରେ ନୂଆ ଏକ ଉଦ୍ୟମ କରିଛନ୍ତି। କେନ୍ଦ୍ରାପଡ଼ାର ଅନ୍ୟଜଣେ ନେତାଙ୍କ ଜରିଆରେ ପାଟକୁରା ନିର୍ବାଚନମଣ୍ଡଳୀର ବହୁ ଦଳୀୟ ନେତା ଓ କର୍ମୀଙ୍କୁ ଡାକି ନବୀନ କହିଥିଲେ, ଯିଏ ଲୋକଙ୍କ ସହିତ ନ ରହିବ ଏବଂ ସେମାନଙ୍କୁ ଅବହେଳା କରିବ ସେଭଳି ନେତାଙ୍କୁ ଦଳ ସବୁବେଳେ କାଢ଼ିଦେଇଛି। ଏହି ଘଟଣାର ଗୋଟିଏ ଦିନ ପରେ ଅରବିନ୍ଦଙ୍କ ଶତାଧିକ ସମର୍ଥକ ଶୁକ୍ରବାର ନବୀନ ନିବାସ ନିକଟରେ ପହଞ୍ଚତ୍ଥିଲେ। ଅରବିନ୍ଦଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନର ପୁନର୍ବିଚାର କରିବାକୁ ସେମାନେ ଦାବି ଉଠାଇଥିଲେ। ଏହି ଘଟଣା ପରେ ଦଳୀୟ ନେତା ଦେବୀ ପ୍ରସାଦ ମିଶ୍ର ଏବଂ ପ୍ରତାପ ଜେନାଙ୍କ ସହିତ ଅରବିନ୍ଦଙ୍କର କିଛି ସମର୍ଥକ ଆଲୋଚନା କରିଥିଲେ। ଖୁବ୍‌ଶୀଘ୍ର ଅରବିନ୍ଦଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନର ପୁନର୍ବିଚାର କରାଯିବ ବୋଲି ଦେବୀ ଓ ପ୍ରତାପ ପ୍ରତିଶ୍ରୁତି ଦେଇଥିବା ଅରବିନ୍ଦଙ୍କ ଜଣେ ସମର୍ଥକ ଗଣମାଧ୍ୟମକୁ ଜଣାଇଥିଲେ।
ସୂଚନାଯୋଗ୍ୟ, ପ୍ରତାପ ଓ ଦେବୀ ସେମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣାଶୁଣା ମହଲରେ ହେଉଥିବା ଆଲୋଚନା ଅନୁଯାୟୀ, ନବୀନଙ୍କ ପକ୍ଷରୁ ଏଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦେବୀ, ପ୍ରତାପଙ୍କୁ ଦାୟିତ୍ୱ ଦେଇଥିବାର ବାର୍ତ୍ତା ଦେଇ ନିଜକୁ ସୁରକ୍ଷିତ ରଖିବାର ପ୍ରୟାସ କରିଛନ୍ତି। ଭବିଷ୍ୟତରେ ଅରବିନ୍ଦଙ୍କ ସେହି ସମର୍ଥକ କିମ୍ବା ପାଟକୁରାର ସାଧାରଣ ଲୋକମାନେ ଏ ବାବଦରେ ଯଦି କିଛି ଆଶାନୁରୂପ ଫଳ ନ ପାଆନ୍ତି, ତେବେ ସେମାନେ ଦେବୀ, ପ୍ରତାପଙ୍କୁ ଧରିବେ। ତେଣୁ ସୁଚିନ୍ତିତ ଭାବେ ଦୁଇ ବରିଷ୍ଠ ନେତାଙ୍କୁ ଆଗକୁ ଛାଡ଼ି ନବୀନ ଖସିଗଲେ ବୋଲି ଚର୍ଚ୍ଚା ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri