ନବୀନ ନିବାସରୁ ବରିଷ୍ଠଙ୍କୁ ଗଲା ଡାକରା, ଦଳରେ ହୋଇପାରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୧ା୪: ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକଙ୍କୁ ସୁପ୍ରିମୋଙ୍କ ଡାକରା ଯାଇଥିଲା। ଡାକରା ପାଇ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ଅଛନ୍ତି। ଏଥିସହିତ ପ୍ରତାପ ଦେବ, ଅରୁଣ ସାହୁ ଏବଂ ସଞ୍ଜୟ ଦାସବର୍ମା ମଧ୍ୟ ଉପସ୍ଥିତ ଅଛନ୍ତି।

ବିଜେଡିର ରାଜ୍ୟ ସଭାପତି ଭାବେ ନବୀନ ପଟ୍ଟନାୟକ ୯ମ ଥର ଲାଗି ଶନିବାର ନିର୍ବାଚିତ ହୋଇଛନ୍ତି। ଜଣେ ମାତ୍ର ପ୍ରାର୍ଥୀ ଭାବେ ନବୀନ ଏହି ପଦ ଲାଗି ନାମାଙ୍କନପତ୍ର ଦାଖଲ କରିଥିଲେ। ନବୀନ ସଭାପତି ନିର୍ବାଚିତ ହେବାପରେ ଶଙ୍ଖ ଭବନଠାରେ ତାଙ୍କ ନେତୃତ୍ୱରେ ଦଳର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ହେଲେ ୨୪ ବର୍ଷରେ କ୍ଷମତାରେ ରହିଥିବା ବିଜେଡି ଏବେ ବିରୋଧୀ ଦଳକୁ ଆସିବା ପରେ ନବୀନଙ୍କ ଟିମ୍‌ରେ କେଉଁମାନେ ସ୍ଥାନ ପାଇବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

Naveen Patnaik ସଭାପତି ହେବା ପରେ ଦଳର ବହୁ ବରିଷ୍ଠ ନେତା ଶଙ୍ଖ ଭବନ ଆସିନାହାନ୍ତି, ଯାହାକୁ ନେଇ ଦଳ ଭିତରେ ଚର୍ଚ୍ଚା ଓ ଆଲୋଚନା ଜୋର୍‌ ଧରିଛି। ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲିକ, ଭୂପେନ୍ଦ୍ର ସିଂ, ପ୍ରଫୁଲ ସାମଲ, ନୃସିଂହ ସାହୁଙ୍କ ଭଳି ଅନେକ ନେତାଙ୍କୁ ଶଙ୍ଖଭବନରେ ଦେଖିବାକୁ ମିଳି ନ ଥିଲା। ଦଳର ଜଣେ ବିଧାୟକ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, Naveen Patnaikଙ୍କ ପ୍ରିୟ ଏବେ ଏତେ ଅପ୍ରିୟ ହେଲେ କିପରି। ଯେଉଁମାନଙ୍କୁ ନବୀନ ବାରମ୍ବାର ସରକାର ସମୟରେ ମନ୍ତ୍ରୀ କରି ଦେଉଥିଲେ ସେମାନେ ଏବେ ଦଳଠାରୁ ଦୂରେଇ ଗଲେଣି। ତେବେ କେଉଁଥିଲାଗି ସେମାନଙ୍କୁ ଦଳ ଦୀର୍ଘଦିନ ଧରି ଗୁରୁତ୍ୱ ଦେଇଆସୁଥିଲା ସେନେଇ ଦଳ ଭିତରେ ଟୁପୁରୁଟାପର ଚାଲିଛି। ରାଜ୍ୟ ପରିଷଦ ବୈଠକରେ କିଛି ସେପରି ଆଲୋଚନା ହେଲା ନାହିଁ। ପୁଣିଥରେ ନବୀନ ଦଳୀୟ କର୍ମୀମାନଙ୍କୁ ଅସନ୍ତୋଷ କରିଛନ୍ତି। ନବୀନ ସଭାପତି ହେବାପରେ ଯେଉଁ ଭାଷଣ ରଖିଲେ, ସେଥିରେ ସେ ପଦୁଟିଏ କେନ୍ଦ୍ର ସରକାରଙ୍କ ବିରୋଧରେ ମୁହଁ ଖୋଲିବାକୁ ସାହସ ଜୁଟାଇପାରିଲେ ନାହିଁ। କେମିତି କର୍ମୀମାନେ ଦଳ ଉପରେ ଭରସା କରିରହିବେ ବୋଲି ସମ୍ପୃକ୍ତ ବିଧାୟକ ପ୍ରଶ୍ନ କରିଛନ୍ତି।

Naveen Patnaik ତାଙ୍କ ବକ୍ତବ୍ୟରେ ଦଳର ସଭାପତି ଭାବେ ସେବା କରିବାର ସୁଯୋଗ ମିଳିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ରାଜ୍ୟବାସୀଙ୍କ ଆଶୀର୍ବାଦରେ ବିଜେଡି ୨୪ ବର୍ଷ ଲୋକଙ୍କ ସେବା କରିବାର ସୁଯୋଗ ପାଇଲା। ରାଜ୍ୟର ସ୍ବାଭିମାନ ଏବଂ ସ୍ବାର୍ଥ ସହ ବିଜେଡି ସବୁବେଳେ ଯୋଡ଼ି ହୋଇ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାତ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍; ଗୋପାଳପୁରଠୁ ଏତିକି କିମି ଦୂରରେ ରହିଛି ଅବପାତ, ଏହି ଦିନ ହେବ….

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହା ଗୋପାଳପୁର ଠାରୁ ୨୫୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଛି ।…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?