ମୋହନ ସରକାରଙ୍କୁ ଟାର୍ଗେଟ୍‌ କଲେ ନବୀନ, କହିଲେ ମୋ’ ସରକାରରେ…

ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ରଥଯାତ୍ରା ସମୟରେ ନାନା ଅବ୍ୟବସ୍ଥା, ମହାପ୍ରଭୁ ବଳଭଦ୍ର ତଳେ ପଡ଼ିଯିବା କଥା ଉଠାଇଛନ୍ତି ନବୀନ। ଏଥିସହିତ ଚିକିଟି ମଦ ମୃତ୍ୟୁ ଏବଂ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ନବୀନ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ମୋ’ ସରକାରରେ ଆଇନ ବିଶୃଙ୍ଖଳା ହୋଇନି, ଏସବୁ ଘଟଣା ଚିନ୍ତାଜନକ ଅଟେ। ଯେକୌଣସି ପରିସ୍ଥିତିରେ ଓଡ଼ିଶାରେ ଶାନ୍ତି ବଜାୟ ରହିବା ଦରକାର ବୋଲି ନବୀନ କହିଛନ୍ତି।

ସେହିପରି ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି ବୋଲି ଶନିବାର ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଶ୍ନ କରିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ, ସମସ୍ତ ଆଧୁନିକୀକରଣ ଲୋକଙ୍କ ନିକଟରେ ପହଞ୍ଚିଛି କି? ସାମାନ୍ୟ ବର୍ଷା ହେଲେ ଇସ୍କନ ନିକଟରେ କୃତ୍ରିମ ବନ୍ୟା ହେଉଛି। ମୁକୁଳା ଡ୍ରେନ୍‌ରେ ପଡ଼ି ଲୋକଙ୍କ ଜୀବନ ଯାଉଛି।
ସ୍ମାର୍ଟସିଟିର ସମସ୍ତ ମାଷ୍ଟର ପ୍ଲାନ୍‌ ପୂରଣ ହୋଇପାରିନି। ଯଦ୍ଦ୍ବାରା ଏପରି ଘଟଣାମାନ ଘଟୁଛି। ଏନେଇ କାର୍ଯ୍ୟ କରିବାକୁ ପଡ଼ିବ। ରାଜନୀତିରୁ ଊର୍ଦ୍ଧ୍ୱରେ ରହି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହିତ ସମସ୍ତେ ଏଥିପ୍ରତି ନିରପେକ୍ଷ ଭାବରେ ଧ୍ୟାନ ଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri