ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି: ଟୁଇଟ୍‌ କରି ମୋହନ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଦେଲେ ଏମିତି

ଭୁବନେଶ୍ୱର,୧୨।୮: ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ନେଇ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ୍‌ କରିଛନ୍ତି। ଟୁଇଟ୍‌ କରି ନବୀନ କହିଛନ୍ତି, ୩ ହଜାରରୁ ୩୫୦୦ ଭତ୍ତା ବୃଦ୍ଧି ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ ୮୦% ଅକ୍ଷମତା ଥିବା ଭିନ୍ନକ୍ଷମ ଏହି ବର୍ଦ୍ଧିତ ଭତ୍ତା ପାଇବେ। ୪୫,୦୦୦ କୋଟି ଟଙ୍କାର ଋଣ ନେଇ ମଧ୍ୟ ଘୋଷଣା ପାଳନ କରାଯାଉନାହିଁ।

ଏଥିରୁ ପୁରା ସ୍ପଷ୍ଟ ହେଉଛି, ଭାଜପାର ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ସହ ପ୍ରତାରଣା ହୋଇଛି। ଏପରି ପ୍ରତାରଣା ଲୋକଙ୍କ ଭିତରେ ଜନ ଅସନ୍ତୋଷ ବଢ଼ାଇଛି।

ଏନେଇ ୧୬ ଅଗଷ୍ଟରୁ ବିଜେଡି ଜନଜାଗରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରତି ପଞ୍ଚାୟତରେ ଏନେଇ ସଚେତନତା କାର୍ଯ୍ୟକ୍ରମ କରାଯିବ। ବୟୋଜ୍ୟେଷ୍ଠଙ୍କ ଅଧିକାର ପାଇଁ ବିଜେଡି ଆଗକୁ ବାହାରିବ। ପ୍ରତିଟି କର୍ମୀ ତଥା ସଚେତନ ନାଗରିକ ଏଥିରେ ସାମିଲ ହୋଇ ଲୋକଙ୍କୁ ଭାଜପାର ପ୍ରତାରଣା ବିଷୟରେ ଜାଗ୍ରତ କରିବେ।

ମୁଁ ଆଶା କରୁଛି, ଭାଜପା ଓଡ଼ିଶାର ଲୋକଙ୍କୁ ଭୁଆଁ ନ ବୁଲେଇ, ପ୍ରଦାନ କରିଥିବା ପ୍ରତିଶ୍ରୁତି ପାଳନ କରିବ। ଭାଜପା ନିଜ ପ୍ରତିଶ୍ରୁତି ପୂରଣ ନ କରିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ନିକଟରେ ଏହାକୁ ପହଞ୍ଚାଇବା ପାଇଁ ବିଜେଡି ସର୍ବଦା ନିଜର ଅଭିଯାନ ଜାରି ରଖିବ ବୋଲି ନବୀନ ଟୁଇଟରେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri