ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ, କହିଲେ ଆପଣମାନଙ୍କ ଆଶୀର୍ବାଦ ହିଁ ମୋତେ…

ଭୁବନେଶ୍ୱର,୧୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଶନିବାର ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ବାଗତ କରିବା ପାଇଁ ବିଜେଡିର ହଜାର ହଜାର ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ।

ଆଜି ଏନେଇ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି, ଆପଣମାନଙ୍କ ଶୁଭେଚ୍ଛା ଏବଂ ଭଲପାଇବା ପାଇଁ ଆନ୍ତରିକ ଧନ୍ୟବାଦ ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଆପଣମାନଙ୍କ ଆଶୀର୍ବାଦ ହିଁ ପ୍ରିୟ ଓଡ଼ିଶାବାସୀଙ୍କ ସେବା କରିବା ପାଇଁ ମୋର ଶକ୍ତି ସାଜିଛି।

ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଅସ୍ତ୍ରୋପଚାର ଲାଗି ନବୀନ ଗତ ୨୦ରୁ ମୁମ୍ବାଇ ଗସ୍ତରେ ଯାଇଥିଲେ। ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର ସଫଳ ହୋଇଥିବା ବେଳେ ସେ ହସ୍ପିଟାଲରୁ  ଗତ ସପ୍ତାହରେ ଡିସ୍‌ଚାର୍ଜ ହୋଇଥିଲେ। ଡିସ୍‌ଚାର୍ଜ ହେବା ସମୟରେ ସେ ଡାକ୍ତରମାନଙ୍କ ସହ ଭେଟୁଥିବାର ଏକ ଭିଡିଓ ମଧ୍ୟ ଜାରି କରିଥିଲେ।

ଅନ୍ୟପକ୍ଷରେ ଗତକାଲି ନବୀନ ଓଡ଼ିଶା ଫେରିବା ପରେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଦେଖିବାକୁ ମିଳିଛି। ଏହାକୁ ନେଇ ମଧ୍ୟ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri