ଆଳୁ ଦର ବଢିବା ନେଇ ବଡ଼ ନିଷ୍ପତ୍ତି ନେଲେ ନବୀନ, ଲେଖିଲେ ଚିଠି…

ଭୁବନେଶ୍ୱର,୨୬।୭: ଆଳୁ ସଙ୍କଟ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚିଠିରେ ନବୀନ କହିଛନ୍ତି, ଆଳୁର ଅଭାବୀ ଯୋଗୁଁ ଓଡ଼ିଶାରେ ଦର ବଢ଼ିଛି। ଦର ବୃଦ୍ଧି ଯୋଗୁଁ ରାଜ୍ୟବାସୀ ସମସ୍ୟା ଭୋଗୁଛନ୍ତି।

Image

ପଶ୍ଚିମବଙ୍ଗ ସୀମାରେ ଆଳୁ ଟ୍ରକ ଛିଡ଼ା ହୋଇଛି। ତେଣୁ ଦୁଇ ରାଜ୍ୟ ମଧ୍ୟରେ ଅଳୁ ଯୋଗଣାକୁ ସ୍ବାଭାବିକ କରିବାକୁ ମମତାଙ୍କୁ ଅନୁରୋଧ କରିଛନ୍ତି ନବୀନ। ସେ ଆହୁରି କହିଛନ୍ତି, ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ସାଂସ୍କୃତିକ ସାମଞ୍ଜସ୍ୟ ରହିଛି। ଉଭୟ ରାଜ୍ୟର ଲୋକେ ଜଗନ୍ନାଥଙ୍କ ଭକ୍ତ। ହସ୍ତକ୍ଷେପ କରି ସମାଧାନ କରିବାକୁ ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ।

ସୂଚନାଥାଉ କି, ରାଜ୍ୟରେ ହୁ ହୁ ହୋଇ ଆଳୁଦର ବଢିଛି। ଆଳୁ ପଶ୍ଚିମବଙ୍ଗରୁ ଆସି ମଧ୍ୟ ସଡ଼ିଶା ସୀମାରୁ ଫେରି ଯାଇଛି। ଯାହାକୁ ନେଇ ଯୋଗାଣ ମନ୍ତ୍ରୀ ଶୁକ୍ରବାର କୃଷ୍ଣଚନ୍ଦ୍ର ପାତ୍ର ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଆଳୁ ନ ଦେଲେ ଆମେ ଉତ୍ତର ପ୍ରଦେଶରୁ ଆଣିବ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗ ଯଦି ଆଳୁ ନ ଦିଏ, ଖୁବ ଶୀଘ୍ର ୟୁପିରୁ ଆଳୁ ଆଣିବୁ। ଅନ୍ୟପଟେ ୩୨ ଟଙ୍କାରୁ ଅଧିକରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଓଡ଼ିଶା ସୀମାରେ ଅଟକିଥିବା ଆଳୁଟ୍ରକ ଆଜି ପଶ୍ଚିମବଙ୍ଗ ଫେରିଯାଇଛି। ଶତାଧିକ ଆଳୁ ଟ୍ରକ ରପ୍ତାନୀ ଅନୁମତି ନ ପାଇ ପଛକୁ ଫେରିଯାଇଥିବା ଜଣାପଡିଛି। ସୁନାକଣିଆ ନିକଟରେ ପଶ୍ଚିମବଙ୍ଗ ପୋଲିସ ଆଳୁ ଟ୍ରକ ଅଟକାଇଥିଲା। ଦିନକୁ ଦିନ ବଢିଚାଲିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନ ଥିବାରୁ ଦର ବଢୁଥିବା ବ୍ୟବସାୟୀ କହିଛନ୍ତି। ଏହି ସମୟରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଭୁବନେଶ୍ବର ଆଳୁ ଗୋଦାମ ତଦାରଖ କରିଛନ୍ତି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ଦିନ ପର୍ଯ୍ୟନ୍ତ ଆଳୁ ଗଚ୍ଛିତ ହୋଇ ରହିଛି । ଏବେ ଆଳୁ ୨୦ରୁ ୨୨ ଟଙ୍କାରେ କିଣାଯାଉଛି। ବ୍ୟବସାୟୀ ୫ରୁ ୭ଟଙ୍କା ଲାଭ ରଖି ବିକିବା କଥା। ହେଲେ ୪୫ରୁ ୫୦ ଟଙ୍କାରେ କାହିଁକି ବିକ୍ରି ହେଉଛି ତାହା ସମୀକ୍ଷା କରାଯାଉଛି। ଶୀତଳଭଣ୍ଡାରରେ ଆଳୁ ରଖି କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri