ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…

ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ତେବେ ରସୁଲଗଡ଼ରୁ ସକାଳ ସାଢ଼େ ୧୦ଟାରୁ ନବୀନ ତାଙ୍କ ଦର୍ଶନ ଆରମ୍ଭ କରିଥିଲେ।

ପ୍ରଥମେ ମା’ ଯୋଗମାୟାଙ୍କୁ ଦର୍ଶନ କରି ଉପସ୍ଥିତ ଥିବା ଲୋକଙ୍କ ସହ କଥା ହୋଇଥିଲେ ନବୀନ। ପରେ ୧୧ଟା ୩ ମିନିଟ୍‌ରେ ସହିଦନଗର ଦୁର୍ଗାପୂଜା ମଣ୍ଡପ ବୁଲିଥିଲେ। କଡ଼ା ସୁରକ୍ଷା ବଳୟରେ ନବୀନ ମା’ଙ୍କ ଦର୍ଶନ କରି କୃପାଭିକ୍ଷା ଲାଭ କରିଥିଲେ। ଏହା ପରେ ବଡ଼ଗଡ଼ ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ କରିଛନ୍ତି।

ସୂଚନା ଥାଉକି, ମଣ୍ଡପ ବୁଲିବା ପାଇଁ ନବୀନଙ୍କୁ ବିଭିନ୍ନ ପୂଜା କମିଟି ପକ୍ଷରୁ ନିମନ୍ତ୍ରଣ କରାଯାଇଥିଲା। ସେହି ନିମନ୍ତ୍ରଣ ରକ୍ଷା କରି ନବୀନ ଆଜି ବିଭିନ୍ନ ପୂଜାମଣ୍ଡପ ବୁଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri