ମୁମ୍ବାଇରୁ ଆସି ଟ୍ବିଟ୍‌ କଲେ ନବୀନ, କହିଦେଲେ ଏତେ ବଡ଼କଥା

ଭୁବନେଶ୍ବର,୧୩।୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି ଜଣାପଡିଛି। ଏହି ଅଭାବନୀୟ ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ହସ୍ତକ୍ଷେପ କରିବାକୁ ଟ୍ବିଟ କରି ଅନୁରୋଧ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ବିଶ୍ବବିଦ୍ୟାଳୟର କୁଳପତିଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି।

ନବୀନ ପଟ୍ଟନାୟକ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାଲେଶ୍ବରର ଏହି ଘଟଣା ଅତ୍ୟନ୍ତ ଗମ୍ଭୀର ଏବଂ ଏହା ଛାତ୍ରୀଙ୍କ ସୁରକ୍ଷା ଓ ସମ୍ମାନ ସହ ଜଡ଼ିତ। ସେ କହିଛନ୍ତି, “ଏକ ଶିକ୍ଷାନୁଷ୍ଠାନରେ ଏଭଳି ଘଟଣା ଅଗ୍ରହଣୀୟ। ରାଜ୍ୟପାଳ Kambhampati Hari Babuଙ୍କୁ ଅନୁରୋଧ କରୁଛି ଯେ ସେ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ କରନ୍ତୁ ଏବଂ ବିଶ୍ବବିଦ୍ୟାଳୟ କୁଳପତିଙ୍କୁ ନିର୍ଦ୍ଦେଶ ଦିଅନ୍ତୁ ଯାହା ଫଳରେ ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ମିଳିପାରିବ।”

Image

ପ୍ରିନ୍ସିପାଲଙ୍କଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ପୀଡିତା ଜଣାଇଥିଲେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ ତାଙ୍କୁ କିପରି ନ୍ୟାୟ ପାଇବାରୁ ବଞ୍ଚିତ କରାଗଲା? ମାସ ମାସ ଧରି ସେ ଭୟ ଏବଂ ଯନ୍ତ୍ରଣାରେ ବଞ୍ଚି ରହିଥିଲେ। ନିବେଦନ କରି, ସେ ଅନେକ ଉଚ୍ଚ ପଦାଧିକାରୀଙ୍କୁ ମଧ୍ୟ ଟ୍ୟାଗ କରିଥିଲେ। ଶେଷ ପ୍ରୟାସ ବିଫଳ ହେବାରୁ ପ୍ରିନ୍ସିପାଲଙ୍କ ଚାମ୍ବର ବାହାରେ ଆତ୍ମାହୁତି ଉଦ୍ୟମ କଲେ। ଛାତ୍ରୀଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ନବୀନ କହିଛନ୍ତି।

ସୂଚନାଯୋଗ୍ୟ, ଏହି ଘଟଣା ସାମ୍ନାକୁ ଆସିବା ପରେ ବିଶ୍ବବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଅନେକ ଛାତ୍ର ସଂଗଠନ ଏହାର ତୀବ୍ର ବିରୋଧ କରି ତଦନ୍ତ ଓ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri