Posted inଖେଳ

IPL 2024 ପୂର୍ବରୁ ଦଳଗୁଡ଼ିକୁ ଲାଗିଲା ବଡ଼ ଝଟ୍‌କା, ଟୁର୍ନାମେଣ୍ଟ ଖେଳିପାରିବେନି ଏହି ୩ ଖେଳାଳି

କାବୁଲ,୨୬ା୧୨: ଆଇପିଏଲ୍‌ ୨୦୨୪ ପୂର୍ବରୁ ଦଳଗୁଡ଼ିକ ଲାଗି ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଆଫଗାନିସ୍ତାନର ୩ ଖେଳାଳି ମୁଜିବ୍‌ ଉର ରେହମାନ, ନବୀନ ଉଲ୍‌ ହକ୍‌ ଓ ଫଜଲ୍ହକ୍‌ ଫାରୁକିଙ୍କୁ ଆଫଗାନିସ୍ତାନ କ୍ରିକେଟ ବୋର୍ଡ(ଏସିବି) ପକ୍ଷରୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ ପ୍ରଦାନ କରାଯିବାକୁ ମନା କରାଯାଇଛି। ଏହି ୩ ଖେଳାଳି ଜାତୀୟ ଦଳ ପାଇଁ ନ ଖେଳି ବିଭିନ୍ନ ଫ୍ରାଞ୍ଚାଇଜ କ୍ରିକେଟ ଖେଳିବାକୁ ପ୍ରାଧାନ୍ୟ ଦେଇଥିବା ବେଳେ ଏସିବି ଏଭଳି ନିଷ୍ପତ୍ତି ନେଇଛି। ଖେଳାଳି ମାନେ ଏସିବିର ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ପ୍ରତ୍ୟାଖ୍ୟାନ କରିଥିଲେ। ଫଳରେ ଜାତୀୟ କ୍ରିକେଟର ହିତକୁ ଆଖି ଆଗରେ ରଖି ଏହି ୩ ଖେଳାଳିଙ୍କୁ ଆଗାମୀ ଦୁଇ ବର୍ଷ ଯାଏ ବିଦେଶୀ ଲିଗ୍‌ରେ ଖେଳିବାକୁ ଅନୁମତି ନ ଦେବା ଲାଗି ଏସିବି ନିଷ୍ପତ୍ତି ନେଇଛି। ଫଳରେ ଆସନ୍ତା ଆଇପିଏଲ୍‌ରେ ଏହି ୩ ଖେଳାଳିଙ୍କ ଅଂଶଗ୍ରହଣ କରିବାକୁ ନେଇ ଆଶଙ୍କା ଲାଗି ରହିଛି। ତେବେ ମୁଜିବ୍‌ଙ୍କୁ ୨ କୋଟି ଟଙ୍କାରେ କୋଲକାତା ନାଇଟ୍‌ ରାଇଡର୍ସ କିଣିଥିବା ବେଳେ ନବୀନ ଓ ଫାରୁକିଙ୍କୁ ଯଥାକ୍ରମେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଓ ସନରାଇଜର୍ସ ହାଇଦ୍ରାବାଦ ରିଟେନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର!

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?