Posted inଖେଳ

ଦିନିକିଆ କ୍ରିକେଟରୁ ସନ୍ୟାସ ନେଲେ ଏହି ଆଫଗାନିସ୍ତାନର ଦ୍ରୁତ ବୋଲର

କାବୁଲ,୧୧।୧୧: ଆଫଗାନିସ୍ତାନ ଦ୍ରୁତ ବୋଲର ନବୀନ ଉଲ ହକ ଦିନିକିଆ କ୍ରିକେଟରୁ ଅବସର ନେଇଛନ୍ତି। ୨୦୨୩ ବିଶ୍ୱକପରେ ଆଫଗାନିସ୍ତାନର ଯାତ୍ରା ଶେଷ ହେବା ମାତ୍ରେ ସେ ଏହି ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି, ସେ ବିଶ୍ୱକପ ପୂର୍ବରୁ ଏହା ଘୋଷଣା କରିସାରିଥିଲେ। ସେପ୍ଟେମ୍ବର ୨୭ରେ ନବୀନ ଉଲ ହକ କହିଥିଲେ ଯେ, ବିଶ୍ୱକପ ପରେ ସେ ଦିନିକିଆ କ୍ରିକେଟରୁ ଅବସର ନେବେ।

ଶୁକ୍ରବାର ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ନବୀନ ତାଙ୍କ ଅବସରକୁ ନିଶ୍ଚିତ କରିଛନ୍ତି। ସେ ତାଙ୍କର କିଛି ଫଟୋ ପୋଷ୍ଟ କରି ଧନ୍ୟବାଦ ଲେଖିଛନ୍ତି ଏବଂ ଆଫଗାନିସ୍ତାନ ପତାକାର ଏକ ଇମୋଜି ମଧ୍ୟ ଦେଇଛନ୍ତି। ଏହି ପୋଷ୍ଟ ପରେ ଏହା ସ୍ପଷ୍ଟ ହୋଇଛି ଯେ ନବୀନଙ୍କୁ ଆଉ ଦିନିକିଆ କ୍ରିକେଟରେ ଆଫଗାନିସ୍ତାନ ଜର୍ସିରେ ଦେଖିବାକୁ ମିଳିବ ନାହିଁ।

ଏହା ପରେ ନବୀନ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ମଧ୍ୟ ଶେୟାର କରିଛନ୍ତି। ଏଠାରେ ସେ ଲେଖିଛନ୍ତି, ପ୍ରଥମ ମ୍ୟାଚ ଠାରୁ ଆଜି ଶେଷ ମ୍ୟାଚ ପର୍ଯ୍ୟନ୍ତ ମୁଁ ଏହି ଜର୍ସିକୁ ବହୁତ ଗର୍ବର ସହ ପିନ୍ଧିଛି। ସମସ୍ତଙ୍କୁ ଶୁଭେଚ୍ଛା ପଠାଇବା ପାଇଁ ବହୁତ ବହୁତ ଧନ୍ୟବାଦ।

ନବୀନ ବର୍ତ୍ତମାନ କେବଳ ଟି -୨୦ କ୍ରିକେଟ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି। ସେ ଆଫଗାନିସ୍ତାନ ପାଇଁ ଟି -୨୦ ଇଣ୍ଟରନ୍ୟାଶନାଲ ଖେଳିବା ଜାରି ରଖିବେ। ସେପ୍ଟେମ୍ବରରେ ତାଙ୍କର ଭବିଷ୍ୟତ ଯୋଜନା ବିଷୟରେ ସେ ବିସ୍ତୃତ ଭାବରେ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ କ୍ୟାରିୟରକୁ ବଢାଇବାକୁ ଚାହୁଁଛନ୍ତି, ତେଣୁ ସେ ଅନ୍ୟ ଫର୍ମାଟ ଛାଡି କେବଳ ଟି -୨୦ କ୍ରିକେଟ ଉପରେ ଧ୍ୟାନ ଦେବାକୁ ଚାହୁଁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri