ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ରହିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା, ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ। ସେହିପରି ଜଳମଗ୍ନ ଗ୍ରାମର ପରିବାରବର୍ଗଙ୍କୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ପ୍ରଦାନ କରାଯିବ। ଘର ଭାଙ୍ଗିଥିବା ପ୍ରତ୍ୟେକ ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍‌ ମିଳିବ। ଏସଡିଆରଏଫ ନିୟମ ଅନୁଯାୟୀ ଘରଭଙ୍ଗା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ୧୫ଦିନ ମଧ୍ୟରେ ଜିଲାପାଳମାନେ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ। ଏହାର ସପ୍ତାହ ମଧ୍ୟରେ ଲୋକଙ୍କୁ ସହାୟତା ପ୍ରଦାନ କରାଯିବ। ଏସଡିଆରଏଫ ନିୟମାନୁଯାୟୀ କ୍ଷତିଗ୍ରସ୍ତଙ୍କୁ ଲୁଗାପଟା ଓ ବାସନକୁସନ ଦିଆଯିବ ବୋଲି ପ୍ରଶାସନିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

ବଢୁଛି ସାପ ଆତଙ୍କ: ଅଧ୍ୟାପକଙ୍କ ଘରେ ବିରାଟ ନାଗ, ଆଉ ତା’ ପରେ……

ଭଞ୍ଜନଗର,୨୯ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଆଜକୁ କିଛିଦିନ ହେବ ମଝିରେ ମଝିରେ ବର୍ଷା ହେଉଛି। ତେଣୁ ଖାଲଖମାଗୁଡ଼ିକ ପାଣିରେ ଭର୍ତ୍ତି ହୋଇଥିବା ଯୋଗୁ ସାପ…

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri