ନିର୍ବାଚନ ପରେ ପ୍ରଥମ ଥର ହିଞ୍ଜିଳି ଗସ୍ତରେ ନବୀନ: ଫସଲ ହାନି ନେଇ ଚାଷୀଙ୍କ ସହ କଲେ ଆଲୋଚନା

ହିଞ୍ଜିଳିକାଟୁ,୩୦।୧୨(ଦ୍ବିତୀକୃଷ୍ଣ ପଣ୍ଡା): ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି।

ଗସ୍ତ ସମୟରେ ନବୀନ ଅଞ୍ଚଳର ଚାଷୀ, ଜନସାଧାରଣ ଓ ସ୍ଥାନୀୟ ନେତାଙ୍କୁ ଭେଟି ଲଗାଣ ବର୍ଷା ଜନିତ ଫସଲ କ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି। ଡିସେମ୍ବରରେ ହୋଇଥିବା ଅଦିନିଆ ବର୍ଷା ଯୋଗୁ ଧାନ ସାଙ୍ଗକୁ ପନିପରିବା, କପା ଓ ଚିନାବାଦାମ ଚାଷ ଆଦି କ୍ଷତିଗ୍ରସ୍ତ ହୋଇଛି। ଏଭଳିସ୍ଥିତିରେ ନବୀନ ପଟ୍ଟନାୟକ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଛନ୍ତି।

ଶେରଗଡ଼ କାର୍ଯକ୍ରମ ପରେ ନବୀନ ପଟ୍ଟନାୟକ ହିଞ୍ଜିଳିକାଟୁ ବ୍ଲକ ବୁରୁପୋଡ଼ା ଗ୍ରାମ ଓ ପରେ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ପୋଡିଙ୍ଗୀ ଗାଁରେ ପହଞ୍ଚି କ୍ଷତିଗ୍ରସ୍ତ ଧାନ ଫସଲ ଦେଖିଥିଲେ। କ୍ଷୟକ୍ଷତି ସମ୍ପର୍କିତ ଆଲୋଚନା ପରେ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ସହାୟତା ପାଇଁ ଦାବି କରିବେ ବୋଲି ଜନସାଧାରଣଙ୍କୁ ଅବଗତ କରିଥିଲେ।

ଏହି ଅବସରରେ ବିଜେଡି ଜିଲା ପରିଷଦ ନୋମିନି ଦେବାନନ୍ଦ ମହାପାତ୍ର, ବ୍ଲକ ବିଜେଡି ସଭାପତି ଦୁର୍ଗା ମହାନ୍ତି,ନଗର ସଭାପତି ହୃଦୟାନନ୍ଦ ମହାପାତ୍ର, ପୌର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ,ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ନୋମିନି ପ୍ୟାରୀମୋହନ ପାଢୀ, ସଞ୍ଜୟ ପଣ୍ଡାଙ୍କ ସହ ଜିଲା ପରିଷଦ ସଦସ୍ୟ, ସରପଞ୍ଚ ସମିତି ସଭ୍ୟ, ଜନ ପ୍ରତିନିଧି ଓ ଦଳୀୟ ନେତୃବୃନ୍ଦ ଓ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କ ପାଇଁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri