ଭଉଣୀ ଗୀତାଙ୍କ ଶେଷଦର୍ଶନ କଲେ ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୯: ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଶେଷଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଗୀତାଙ୍କ ଭାଇ ନବୀନ ପଟ୍ଟନାୟକ। ରବିବାର ଦିଲ୍ଲୀ ଯାଇ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି।  ଭଉଣୀଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ନବୀନ କହିଛନ୍ତି।

ସୂଚନାଯୋଗ୍ୟ, ଗୀତା ମେହେଟ୍ଟାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଶନିବାର ରାତିରେ ପରଲୋକ ହୋଇଥିଲା। ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଗୀତା ଏକାଧାରରେ ଜଣେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା, ଚଳଚ୍ଚିତ୍ର ପ୍ରଯୋଜିକା ଏବଂ ସାମ୍ବାଦିକା ଥିଲେ। ସେ ଆମେରିକାର ବିଶିଷ୍ଟ ପ୍ରକାଶକ ସୋନୀ ମେହେଟ୍ଟାଙ୍କୁ ୧୯୬୫ରେ ବିବାହ କରିଥିଲେ। ୨୦୧୯ରେ ସୋନୀଙ୍କ ପରଲୋକ ହୋଇଥିଲା। ତାଙ୍କର ଗୋଟିଏ ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି। ଗୀତା ୧୯୪୩ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟେନର କ୍ୟାମ୍ରିଜ୍‌ ବିଶ୍ୱବିଦ୍ୟାଳୟରୁ ଉଚ୍ଚ ଶିକ୍ଷାଲାଭ କରିଥିବା ଗୀତା ୫ଟି ପୁସ୍ତକର ରଚୟିତା। ସେଗୁଡ଼ିକ ହେଲା ‘କର୍ମ କୋଲା’, ‘ସ୍ନେକ୍‌ ଆଣ୍ଡ୍‌ ଲାଡର୍ସ’, ‘ଏ ରିଭର ସୂତ୍ର’, ‘ରାଜ୍‌’ ଏବଂ ‘ଦି ଇଣ୍ଟରନାଲ ଗଣେଶ’। ଇଂଲିଶ୍‌ରେ ଲିଖିତ ଏହି ପୁସ୍ତକଗୁଡ଼ିକ ପାଠକୀୟ ମହଲରେ ବେଶ୍‌ ଆଦୃତି ଲାଭ କରିଥିଲା। ଏହି ଉପନ୍ୟାସଗୁଡ଼ିକ ୨୧ଟି ଭାଷାରେ ଅନୁଦିତ ହୋଇ ଭାରତ ସମେତ ଆମେରିକା ଏବଂ ୟୁରୋପରେ ବେଷ୍ଟ ସେଲର ତାଲିକାରେ ସ୍ଥାନ ପାଇଥିଲା। ତାଙ୍କ ଦ୍ୱାରା ନିର୍ଦ୍ଦେଶିତ ତଥା ପ୍ରଯୋଜିତ ୧୪ଟି ଟେଲିଭିଜନ ବୃତ୍ତଚିତ୍ର ବ୍ରିଟେନ, ୟୁରୋପ ଓ ଆମେରିକାର ବିଭିନ୍ନ ଚ୍ୟାନେଲଗୁଡ଼ିକର ପ୍ରଦର୍ଶିତ ହୋଇଥିଲା। ୧୯୭୦-୭୧ରେ ସେ ଆମେରିକୀୟ ଟେଲିଭିଜନ ନେଟ୍‌ଓ୍ବର୍କ ଏନ୍‌ବିସି ପାଇଁ ଓ୍ବାର କରସ୍‌ପେଣ୍ଡେଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ସଂଯୋଜନାରେ ବାଂଲାଦେଶ ମୁକ୍ତି ସଂଗ୍ରାମ ଉପରେ ଆଧାରିତ ଚଳଚ୍ଚିତ୍ର ସଂକଳନ ଦେଶ ଏବଂ ବିଦେଶର ସିନେମା ହଲ୍‌ଗୁଡ଼ିକରେ ପ୍ରଦର୍ଶିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri