ବିଜେଡି ବିଧାୟକଙ୍କୁ ନବୀନଙ୍କ ତାଗିଦ୍‌: ଦେଲେ କଡ଼ା ନିର୍ଦ୍ଦେଶ, ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୩।୩: ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ ଚର୍ଚ୍ଚା ଚଳାଇଛନ୍ତି। ଏହାରି ଭିତରେ ସବୁ ଦଳକୁ ବର୍ତ୍ତମାନ କ୍ରସ ଭୋଟିଂ ଭୟ ଘାରିଛି। ତେଣୁ ରାଜ୍ୟର ୩ ପ୍ରମୁଖ ଦଳ ନିଜ ବିଧାୟକମାନଙ୍କୁ ନେଇ ରାଜ୍ୟ ସଭା ନିର୍ବାଚନ ପର୍ଯ୍ୟନ୍ତ ଗୋଟିଏ ସ୍ଥାନରେ ରଖିବାକୁ ସ୍ଥିର କରିଛି।

ବିଜେଡିରୁ ଯେପରି କ୍ରସ ଭୋଟିଂ ନ ହୁଏ, ସେଥିପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଶେଷ ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ବିଜେଡି ବିଧାୟକମାନେ ସନ୍ଧ୍ୟା ୫ଟା୩୦ରୁ ୭ଟା୩୦ ପର୍ଯ୍ୟନ୍ତ ନବୀନ ନିବାସରେ ରହିବେ। ୧୩ ଏବଂ ୧୪ରେ ରାଜ୍ୟ ସଭା ନିର୍ବାଚନ ସମ୍ପର୍କିତ ବିଷୟ ଉପରେ ଟ୍ରେନିଂ କାର୍ଯ୍ୟକ୍ରମ ହେବ। ୧୫ ତାରିଖରେ ବିଧାୟକମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମକୁ ଗୁରୁତ୍ୱପୂର୍ଣ୍ଣ ଭାବେ ବିଚାରକରି କାର୍ଯ୍ୟ କରାଯିବ ବୋଲି ଉଲ୍ଲେଖଥିବା ଚିଠି ସବୁ ବିଧାୟକଙ୍କୁ ନବୀନ ପଠାଇଛନ୍ତି।
ମିଳିଥିବା ସୂଚନା ମୁତାବକ, ଗୁରୁବାର ନବୀନ ନିବାସକୁ କେତେଜଣ ବିଧାୟକଙ୍କୁ ଡକାଯାଇଥିଲା। ଅପରାହ୍ନ ସାଢେ ୪ଟା ପରେ ବିଧାୟକ ନିରଞ୍ଜନ ପୂଜାରୀ, ଅରୁଣ କୁମାର ସାହୁ, ପ୍ରତାପ ଦେବ, ପ୍ରସନ୍ନ ଆଚାର୍ଯ୍ୟ ପ୍ରମୁଖ ନବୀନ ନିବାସ ଯାଇ ଦଳର ସଭାପତିଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ନବୀନ ରାଜ୍ୟ ସଭା ନେଇ ସମସ୍ତଙ୍କଠାରୁ ମତାମତ ଲୋଡ଼ିଥିଲେ। ଭାଜପା ସହ ଆଉ ବିଜେଡି ନାହିଁ ବୋଲି ତଳସ୍ତର ପର୍ଯ୍ୟନ୍ତ ବାର୍ତ୍ତା ଯାଇସାରିଥିବା ସେଠାରେ ଉପସ୍ଥିତ ବିଧାୟକମାନେ ନବୀନଙ୍କୁ ଜଣାଇଥିବା ଚର୍ଚ୍ଚା ହେଉଛି। ଏହି ସମୟରେ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକ ସାଙ୍ଗରେ ବସ୍ତା ବିଧାୟିକା ସୁବାସିନୀ ଜେନାଙ୍କୁ ସାଙ୍ଗରେ ନେଇ ନବୀନ ନିବାସରେ ପହଞ୍ଚିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri