ନବୀନଙ୍କୁ ଶୂନ ମାର୍କ ମିଳିବ: ଜୟନାରାୟଣ

ଭୁବନେଶ୍ୱର, ୨୭।୯(ସୁନିତ୍‌ ମିଶ୍ର): ଏକ ଜାତୀୟ ଗଣମାଧ୍ୟମ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ କେତେକାଂଶରେ କେନ୍ଦ୍ର ସରକାରଙ୍କୁ ମଧ୍ୟ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆଭିମୁଖ୍ୟ ପୁଣି ଥରେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ବଢ଼ାଇଦେଇଛି। ତେବେ ଏହି କାର୍ଯ୍ୟକ୍ରମ ଅବସରରେ ବିକାଶମୂଳକ କାମ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ୧୦ରୁ କେତେ ମାର୍କ ଦେବେ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରାଯାଇଥିଲା। ମୋଦିଙ୍କୁ ସେ ୮ ମାର୍କ ଦେଇଥିଲେ। ହେଲେ ମୁଖ୍ୟମନ୍ତ୍ରୀଙ୍କ କାମକୁ ଦେଖିଲେ ନବୀନଙ୍କୁ ୧୦ରୁ ୦ ମାର୍କ ମିଳିବ ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଙ୍ଗଳବାର କହିଛନ୍ତି।
ଜୟନାରାୟଣ କହିଛନ୍ତି, ନବୀନଙ୍କୁ ୧୦ରୁ ଶୂନ ମିଳିବା କଥା। ରାଜ୍ୟରେ ସେମିତି କାମ ତ ଦେଖିପାରୁନୁ। ରାଜ୍ୟରେ ବିପିଏଲ୍‌ ସଂଖ୍ୟା ବଢ଼ିଚାଲିଛି। ସ୍କୁଲ ଏବଂ ଶିକ୍ଷା ଯାହା ରାଜ୍ୟ ସରକାରଙ୍କ ପ୍ରାଥମିକତା ହେବା କଥା ଦୁଇଟି ଯାକ ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି। କେନ୍ଦ୍ର ସରକାରଙ୍କ ଟଙ୍କାରେ ଯାହା ସବୁ ହେଉଛି ସେଥିରୁ କେବଳ ନାଁ ନେବାକୁ ସେମାନେ ଚେଷ୍ଟା କରୁଛନ୍ତି। ସବୁ କ୍ଷେତ୍ରରେ ଏମାନେ ବିଫଳ, ଏପରିକି କିଛି କ୍ଷେତ୍ର ଅଛି ଯେଉଁଥିରେ ଏ ସରକାର ସଫଳତା ହାସଲ କରିପାରିଛି। ଦାରିଦ୍ର୍ୟରେ ଝାଡ଼ଖଣ୍ଡ ପରେ ଓଡ଼ିଶା ରହିଛି। ନାରୀ ନିର୍ଯାତନା ଏବଂ ଦୁର୍ନୀତିରେ ଓଡ଼ିଶା ଏବେ ଭାରତବର୍ଷରେ ପ୍ରଥମ ସ୍ଥାନରେ ରହିଛି। ମୋଦି ସରକାର ଲେସ୍‌ କରପଟେଡ୍‌ ହେଲେ ନବୀନ ସରକାର ଦୁର୍ନୀତିରେ ବୁଡି ରହିଛନ୍ତି ବୋଲି ସେ କହିଛନ୍ତି।
ଜୟନାରାୟଣଙ୍କ ପ୍ରତିକ୍ରିୟା ଉପରେ ବିଜେଡି ବିଧାୟକ ଶଶିଭୂଷଣ ବେହେରା କହିଛନ୍ତି, ଭାଜପା ବାଲାଙ୍କ ନିଷ୍ପତ୍ତି କିଭଳି ହେବ ସେକଥା ସେମାନେ ହିଁ ସ୍ପଷ୍ଟୀକରଣ ଦେଇପାରିବେ। ସେମାନେ କହିପାରିବେ ଏ ସରକାର କ’ଣ ସବୁ ଭୁଲ୍‌ କରିଛନ୍ତି ଯେଉଁଥିଲାଗି ଲୋକମାନେ ରାଜ୍ୟରେ ୫ ଥର ସରକାରରେ ବସାଇଲେଣି। କିନ୍ତୁ ସାଧାରଣରେ ସରକାରଙ୍କ ଭୁଲ୍‌ ଭ୍ରାନ୍ତି ଦେଖୁଥିଲେ ୨୩ ବର୍ଷର ସରକାର ରାଜ୍ୟରେ ନ ଥାଆନ୍ତା। ତେଣୁ ଭାଜପା ବାଲାଙ୍କ ମାର୍କ ଦରକାର ନାହିଁ କାରଣ ଲୋକମାନେ ବିଜେଡିକୁ ଯାହା ଦେବା କଥା ଦେଉଛନ୍ତି ବୋଲି ଶଶିଭୂଷଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri