ପୁଣି ଦିଲ୍ଲୀ ଯିବେ ନବୀନ, ଜଣାପଡିଲା ବଡ଼ ପ୍ଲାନ!

ଭୁବନେଶ୍ୱର,୭ା୯(ସୁନୀତ୍‌ ମିଶ୍ର): ଉପରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୯ରେ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ରବିବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନଙ୍କ ଏହି ଗସ୍ତ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବିଜେଡି ଉପରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ନା ଇଣ୍ଡିଆ ମେଣ୍ଟ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ସେ ନେଇ କିଛି ସ୍ପଷ୍ଟ କରିନାହିଁ। ବିଭିନ୍ନ ସମୟରେ ଏନ୍‌ଡିଏକୁ ସମର୍ଥନ କରିବା ଦଳ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି ବୋଲି ଅନେକ ନେତା ଦଳ ଭିତରୁ ବିଭିନ୍ନ ସ୍ଥାନରେ ଚର୍ଚ୍ଚା କରୁଛନ୍ତି। ହେଲେ ଦଳର ଆଭିମୁଖ୍ୟ ଉପରାଷ୍ଟ୍ରପତି ନିର୍ବାଚନରେ ବଦଳିବ ନଁା ନାହିଁ ଏହା ଉପରେ ସମସ୍ତଙ୍କ ନଜର ରହିଛି। ବିଜେଡିର ଏବେ ୭ଜଣ ରାଜ୍ୟ ସଭା ସଦସ୍ୟ ରହିଛନ୍ତି। ସେମାନଙ୍କ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଉପରାଷ୍ଟ୍ରପତି ନିର୍ବାଚନରେ ଦଳ ଭୋଟିଂରୁ ବିରତି ରହିବ ବୋଲି ଏକପ୍ରକାର ଅଲିଖିତ ନିର୍ଦ୍ଦେଶ ଜାରି କରାଯାଇଛି। ଦଳ ଭୋଟିଂରୁ ବିରତ ରହିବା ଅର୍ଥ ପରୋକ୍ଷରେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବା ସଙ୍ଗେ ସମାନ। ଅନ୍ୟପଟେ ଏଭଳି ସ୍ଥିତିରେ ଶନିବାର ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଡକାଯାଇଥିଲା। ନବୀନଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବି ଦଳ ଯଦି ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରେ, ଏହା ବିଜେଡିକୁ କ୍ଷତି ପହଞ୍ଚାଇବ ବୋଲି ସେମାନଙ୍କ ଭିତରୁ କେତେଜଣ ସଦସ୍ୟ ପ୍ରସ୍ତାବ ରଖିଥିଲେ। ବୈଠକରେ ଉପସ୍ଥିତ ଜଣେ ସଦସ୍ୟଙ୍କ ସୂଚନା ମୁତାବକ ସମସ୍ତେ ଏନ୍‌ଡିଏ ପ୍ରାର୍ଥୀଙ୍କୁ ବିରୋଧ କରିବା ନେଇ ପରୋକ୍ଷରେ ପ୍ରସ୍ତାବ ଦେଇଥିଲେ ସୁଦ୍ଧା ଏହା କେତେ ଗ୍ରହଣୀୟ ତାହା ସମୟ କହିବ ବୋଲି ସେ ସୂଚନା ଦେଇଛନ୍ତି। ପିଏସି ବୈଠକ ସରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସଦସ୍ୟା ପ୍ରମିଳା ମଲ୍ଲିକ କହିଛନ୍ତି, ଦଳର ନିଷ୍ପତ୍ତି କ’ଣ ହେବ ସେ କଥା ନବୀନ ନିଷ୍ପତ୍ତି କରିବେ, ଯାହାକୁ ନେଇ ବିଜେଡି ଭିତରେ ଏକ ଚର୍ଚ୍ଚା ଜୋର୍‌ ଧରିଛି। ଯଦି ନବୀନ ନିଷ୍ପତ୍ତି କରିବେ ବୈଠକରେ ନିଷ୍କର୍ଷ ହୋଇପାରିଲା ନାହିଁ, ତେବେ ପିଏସି କାହିଁକି ବସିଥିଲା ବୋଲି ଦଳ ଭିତରୁ ଅନେକ ପ୍ରଶ୍ନ ଉଠାଇଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri