ଆଜି ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା ଏକ ବୈଠକ କରାଯିବ। ଏହି ବୈଠକ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ। ତେଣୁ ଏହି ବୈଠକରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି। ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଡକାଯାଇଛି।