୩୦ରେ ଭୁବନେଶ୍ୱର ଫେରିବେ ନବୀନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଟାଲୀ ଗସ୍ତ କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଇଟାଲୀର ରୋମ୍‌ରେ ୬ ଦିନ ଅବସ୍ଥାନ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଥିଲା। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ପରେ ୨୨ ତାରିଖରେ ସେ ଖ୍ରୀଷ୍ଟିଆନ୍‌ ଧର୍ମଗୁରୁ ପୋପ୍‌ ଫ୍ରାନସିସ୍‌ଙ୍କୁ ଭାଟିକାନ ସିଟିରେ ଭେଟିଥିଲେ। ସେହିପରି ପ୍ରବାସୀ ଓଡ଼ିଆଙ୍କୁ ଭେଟି ଓଡ଼ିଶାର ବିକାଶରେ ସହଭାଗୀ ହେବାକୁ ନବୀନ ଆହ୍ବାନ କରିଥିଲେ। ଏଥିସହ ଜାତିସଂଘ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନାର ସଫଳତା ବଖାଣିଥିଲେ। ତେବେ ରୋମ୍‌ରେ ଥାଇ ମଧ୍ୟ ମୁଖ୍ୟମନ୍ତ୍ରୀ ଲାପ୍‌ଟପ୍‌ରେ ସରକାରୀ କାମ କରୁଥିବା ଫଟୋ ଆସିଥିଲା। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ ରୋମ୍‌ କାର୍ଯ୍ୟକ୍ରମ ସାରି ଏବେ ଦୁବାଇ ଗସ୍ତରେ ଅଛନ୍ତି। ରୋମ୍‌ ଛାଡ଼ିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଇଟାଲୀରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଡ. ନୀନା ମାଲ୍‌ହୋତ୍ରା ସାକ୍ଷାତ୍‌ କରି ବିଦାୟ ଦେଇଛନ୍ତି। ଦୁବାଇରେ ମୁଖ୍ୟମନ୍ତ୍ରୀ ୩୦ ତାରିଖ ପର୍ଯ୍ୟନ୍ତ ରହିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ରହିଛି। ଫିକି ସହଯୋଗରେ ଆୟୋଜିତ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ କରିବେ ବୋଲି ସୂଚନା ମିଳିଛି। ୨୯ ତାରିଖ ସକାଳ ୧୧ଟାରୁ ୧ଟା ପର୍ଯ୍ୟନ୍ତ ଦୁବାଇର ବିଜ୍‌ନେସ୍‌ ବେ ସ୍ଥିତ ‘ଦି ଓବରୋଇ’ ହୋଟେଲ୍‌ରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ଆୟୋଜନ ହେବ। ଓଡ଼ିଶାରେ ଖଣି, ପେଟ୍ରୋକେମିକାଲ୍ସ, କୃଷି, ଖାଦ୍ୟ ପ୍ରକ୍ରିୟାକରଣ, ସି ଫୁଡ୍‌ ପ୍ରାସେସିଂ, ଟେକ୍ସଟାଇଲ, ପୋର୍ଟ, ବିମାନ ବନ୍ଦର ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ବ୍ୟାପକ ବ୍ୟବସାୟିକ ସମ୍ଭାବନାକୁ ନେଇ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାକୁ ଲକ୍ଷ୍ୟ ରଖାଯାଇଛି। ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେଇ ୩୦ ତାରିଖରେ ଦୁବାଇରୁ ଦିଲ୍ଲୀ ଓ ସେହିଦିନ ରାତିରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri